Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ
ଆଜିର ପୂର୍ବାହ୍ନରେ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜ ଘର ଲୋକଙ୍କୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ବୃଷ
ବୃଷ
ମାନସିକ ଅସ୍ଥିରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର୍ଯ୍ୟାବଳୀ ଅନନ୍ୟ କାରଣ ହୋଇପାରେ। ସନ୍ତାନଙ୍କ ସମସ୍ୟା ସମାଧାନ ଓ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋର୍‌ଦାର କରିପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍‌ଧ ହେବେ ।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶରେ ନୂତନ କାମ ଆରମ୍ଭ ଲାଗି ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ। ଉପସ୍ଥିତ ସମସ୍ୟା ସମାଧାନ କ୍ଷେତ୍ରରେ ଉପରିସ୍ଥଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ଆଜି ଅପରାହ୍ନରେ ଭ୍ରମଣ ସୁଯୋଗ ଲାଭ କରିବେ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ବ୍ୟବସାୟ,ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ। ନିଜର ଚତୁଃପାର୍ଶ୍ୱରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ମନ ହାଲୁକା ହୋଇଯିବ ।
ସି˚ହ
ସି˚ହ
ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନଙ୍କୁ ତାହା ସାଧାରଣ ମନେ ହେବ, ଫଳରେ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସଭାସମିତିରେ ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ। କର୍ମକ୍ଷେତ୍ରରେ ସରକାରୀ ସ୍ତରରୁ ସମ୍ମାନିତ ହେବେ।
କନ୍ୟା
ଆଜି ସାମାଜିକ ସ୍ତରରେ ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଜମିଜମା, ଗୃହସୀମା, କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ଯ୍ୟସିଦ୍ଧି ଘଟିବ।
ତୁଳା
ତୁଳା
ସମସ୍ୟା ଭାରାକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ। କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ,ନତୁବା ଅଯଥା କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ବ୍ୟବସାୟ ଓ ପରିବହନରେ, କଳା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ ।
ବିଛା
ବିଛା
ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ଓ ଲକ୍ଷ୍ୟ ପୂରଣ କରିପାରିବେ । ଆଜିର ଯାତ୍ରା ସମୟରେ, ବନ୍ଧୁ ମିଳନରେ, ଆଲୋଚନା କିମ୍ବା ସଭା ସମିତିରେ ଆଗ୍ରହୀ ହୋଇପାରନ୍ତି । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ। ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆଜି କୌଶଳ ପ୍ରୟୋଗ କରି, ବନ୍ଧୁଙ୍କୁ ମନାଇ, ଅର୍ଥ ପ୍ରଲୋଭନ ମାଧ୍ୟମରେ କାମ ହାସଲ କରିବେ। ବିବାଦୀୟ ଘଟଣା ସକାଶେ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ । ବନ୍ଧୁ ଓ ପରିଜନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି ।
ମକର
ମକର
କାର୍ଯ୍ୟହାନି କାରଣରୁ ମାନସିକ ଦୁଶ୍ଚିନ୍ତା ଯୋଗୁ ରକ୍ତଚାପ ମଧ୍ୟ ବଢ଼ିପାରେ। ଅଭାବ ଲାଗି ରହିଥିଲେ ମଧ୍ୟ ଧାର କରଜ କରି କାମ ତୁଲାଇ ନେବେ। ଈର୍ଷାପରାୟଣ ମନୋଭାବ ନେଇ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ ହେବେ।
କୁମ୍ଭ
କୁମ୍ଭ
କାମ ହାସଲରେ ବନ୍ଧୁଙ୍କ ବାଚନିକ ସାହାଯ୍ୟ ସହାୟକ ହୋଇପାରେ। ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସନ୍ତୁ ନାହିଁ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ।
ମୀନମୀନ
ସକାଳୁ ଶୁଭ ଖବର ପାଇ ମନ ଖୁସି ହୋଇଯିବ। ନିଜ ଲୋକଙ୍କ ଚାଲିଚଳନ ଓ ଆଚାର ବ୍ୟବହାରକୁ ନାପସନ୍ଦ କରିପାରନ୍ତି। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି, ଯାହାକି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି ସହ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ...

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ପ୍ରଭାବରେ ପୂଜାପାର୍ବଣରେ ସତ୍‌ସଙ୍ଗ ଓ ଈଶ୍ୱରୀୟ ଅନୁଚିନ୍ତା ଜାଗ୍ରତ ହେବ। ଜଣେ ବନ୍ଧୁ ଘରକୁ ଆସିବେ ଏବଂ ଫେରିବା ସମୟକୁ...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଆଜି କର୍ମାଧିପ ବକ୍ରି ଶନିଙ୍କ ପ୍ରଭାବରେ କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସମସ୍ୟାବହୁଳ ସାମାଜିକ ସ୍ଥିତି ଦେଖାଦେଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଆକସ୍ମିକ ଭାବରେ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ସୁସ୍ଥ ପାରିବାରିକ ଜୀବନ ସଙ୍ଗକୁ ବନ୍ଧୁମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ଘଟିବ। ନୂତନଗୃହ, ଗାଡ଼ି, ମୋଟର କ୍ରୟକରିବା ସକାଶେ ମନ ବଳାଇ ପାରନ୍ତି।...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ଆଜି ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭକରିବେ। ଦୃଢ଼ ମନୋବଳ ଓ ସୁଚିନ୍ତିତ ବିଚାରଧାରା ହେତୁ କିଛି ଅସୁବିଧା ହେବନାହିଁ।...

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ...

ରାଶିଫଳ: ରବିବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଚତୁର୍ଥ କେନ୍ଦ୍ରରେ ଅବସ୍ଥାନ କରିଥିବା ଯୋଗୁ କର୍ମାରମ୍ଭ ପ୍ରସ୍ତୁତି କରିପାରନ୍ତି। ପାପଗ୍ରହ ମଧ୍ୟସ୍ଥ ହେତୁ ଅଧିକାଂଶ ସମୟ ନିଜ ଲୋକଙ୍କ ବିରୁଦ୍ଧାଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri