ବିଜେଡି ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟ ଲୋକଙ୍କ ନିକଟରେ ପହଞ୍ଚାଇବା ମୂଳଲକ୍ଷ୍ୟ

ପାଟଣା,୧୪ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଚେମେଣା ପଞ୍ଚାୟତ ଚିଲିଦା ଶିବ ମନ୍ଦିରରୁ ଶୁକ୍ରବାର ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଜଗନ୍ନାଥ ନାଏକଙ୍କ ନେତୃତ୍ୱରେ ପଦଯାତ୍ରା ଯମୁନା ପଶି, କେନ୍ଦେଇ ପଶି ପଞ୍ଚାୟତ, କଣ୍ଟିଆ ପଡ଼ା, ଓ ଚାକୁଣ୍ଡା ପାଳ ପଞ୍ଚାୟତର ବିଭିନ୍ନ ଗାଁ ପରିକ୍ରମା କରି ସିଲିଦା ହାଇସ୍କୁଲ ନିକଟରେ ପହଞ୍ଚତ୍ଥିଲା। ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମ ଲୋକଙ୍କ ନିକଟରେ ପହଞ୍ଚାଇବା ଏହାର ଉଦ୍ଦେଶ୍ୟ ବୋଲି ବିଧାୟକ ଅଭିଭାଷଣରେ କହିଛନ୍ତି। ବିଜେଡି ମହିଳା ମୋର୍ଚ୍ଛା ରାଜ୍ୟ ସମ୍ପାଦିକା ତଥା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଲକ୍ଷ୍ମୀ ନାଏକ, ପୂର୍ବତନ ସମବାୟ ବ୍ୟାଙ୍କ ସଭାପତି କାନନ ବିହାରୀ ପୋହି, ପାଟଣା ବ୍ଲକ୍‌ ଅଧ୍ୟକ୍ଷା ସୁକାନ୍ତି ନାଏକ, ଉପାଧ୍ୟକ୍ଷା ବୀଣାପାଣି ନାଏକ ଜିଲା ବିଜେଡି ସାଧାରଣ ସମ୍ପାଦକ ପ୍ରଶାନ୍ତ ଭଞ୍ଜ, ବିଜେଡି ବ୍ଲକ୍‌ ସଭାପତି ମାଧବା ନନ୍ଦ ପୃଷ୍ଟି, ସାହାରପଡ଼ା ବ୍ଲକ୍‌ ଅଧ୍ୟକ୍ଷା ରୀନା ରାଣୀ ନାୟକ, ଝୁମ୍ପୁରା ବ୍ଲକ୍‌ ଅଧ୍ୟକ୍ଷା ମାଳତୀ ନାଏକ, ୨୧ ନଂ. ଜିଲା ପରିଷଦ ସଭ୍ୟା ପ୍ରଫୁଲ ନାୟକ, ୨୨ ନଂ.ର ସୌଭାଗ୍ୟ ମଞ୍ଜରୀ ନାୟକ, ୨୯ ନଂ.ର ବୁଦ୍ଧଦେବ ମହାକୁଡ଼, ବିଜେଡି ବରିଷ୍ଠ ନେତା ମିତ୍ର ଭାନୁ ମହାନ୍ତ, ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷ ବିଶ୍ୱନାଥ ନାଏକ, ନିରଞ୍ଜନ ତ୍ରିପାଠୀ, ସଞ୍ଜିତ୍‌ ଚକ୍ର, ମୂଷାଖରୀ ସରପଞ୍ଚ ଭାମାମଣି ଦାସ, ଏରେଣ୍ଡେଇ ସରପଞ୍ଚ ପାର୍ବତୀ ଦେହୁରୀ, କନକଲତା ନାଏକ, ନିତ୍ୟାନନ୍ଦ ମହାନ୍ତ ପ୍ରମୁଖ ସାମିଲ ହୋଇଥିଲେ। ପଦଯାତ୍ରାରେ ୩ ହଜାରରୁ ଊଦ୍ଧର୍‌ବ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri