ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ: ୪ ମେଡିକାଲ କଲେଜ ଅଫିସର ଭାବେ ମହିଳା ଓଏଏସ୍‌ଙ୍କୁ ନିଯୁକ୍ତି

ଭୁବନେଶ୍ବର,୧୮ା୧୦(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ୪ ଜଣ ମହିଳା ଓଏଏସ୍‌ ଅଫିସରଙ୍କୁ ନିଯୁକ୍ତି ମିଳିଛି।

ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍କୁଲ ଓ ଗଣଶିକ୍ଷା ବିଭାଗର ୨ଜଣ ଅତିରିକ୍ତ ସଚିବ ତଥା ବରିଷ୍ଠ ଓଏଏସ୍‌ ଅଫିସର ଧରମ ହାଁସଦା ଓ ବରିଷ୍ଠ ଓଏଏସ୍‌ ଅଫିସର ସମ୍ବିତ କୁମାର ନାୟକଙ୍କୁ ଯଥାକ୍ରମେ ଜଙ୍ଗଲ ଓ ପରିବେଶ ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ସେହିପରି ରୀତା ଡାଙ୍ଗଙ୍କୁ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଧିକାରୀ, କିଶନନଗର ତହସିଲଦାର ଇନ୍ଦିରା ସାହୁଙ୍କୁ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଫିସର, ସମ୍ବଲପୁର ଡେପୁଟି କଲେକ୍ଟର ଜୟଶ୍ରୀ ପାଢ଼ୀଙ୍କୁ ବଲାଙ୍ଗୀରସ୍ଥିତ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଫିସର ଭାବେ ଦାୟିତ୍ୱ ମିଳିଛି। ସେହିପରି ଦେବଗଡ଼ ତହସିଲଦାର ପଲ୍ଲବୀ ନାୟକଙ୍କର କେନ୍ଦୁଝର ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଶାସନିକ ଅଫିସର ଭାବେ ବଦଳି ହୋଇଛନ୍ତି। ଏମାନଙ୍କ ବ୍ୟତୀତ ଆଶୁତୋଷ ସାମଲଙ୍କୁ କଟକସ୍ଥିତ କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri