Posted inଜାତୀୟ

ତାଲିକାରେ ନାମ ନ ଥିବାରୁ ପଦରୁ ଇସ୍ତଫା ଦେଲେ ସତ୍ୟପ୍ରକାଶ

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ପଦ ନିର୍ବାଚନ ଦଳରେ ଏକ ନୂଆ ବିବାଦ ସୃଷ୍ଟି କରିଛି। ନିର୍ବାଚନରେ ମତଦାନ କରି ନ ପାରିବାକୁ ନେଇ ରାଜ୍ୟ କଂଗ୍ରେସର ଗଣମାଧ୍ୟମ ଆବାହକ ତଥା ସାଧାରଣ ସମ୍ପାଦକ ସତ୍ୟପ୍ରକାଶ ନାୟକ ମଙ୍ଗଳବାର ପଦରୁ ଇସ୍ତଫା ଦେଇଛନ୍ତି। ଏ ସମ୍ପର୍କରେ ସେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସୋମବାର ଅଖିଳ ଭାରତ କଂଗ୍ରେସ କମିଟି ଅଧ୍ୟକ୍ଷ ପଦ ପାଇଁ ହୋଇଥିବା ନିର୍ବାଚନରେ ରାଜ୍ୟ କଂଗ୍ରେସ ପକ୍ଷରୁ ପିସିସି ସଦସ୍ୟଙ୍କ ଯେଉଁ ୪୨୭ ଜଣିଆ ତାଲିକା ପ୍ରସ୍ତୁତ କରାଯାଇଥିଲା ସେଥିରେ ତାଙ୍କ ନାମ ନ ଥିଲା। ତେଣୁ ସେ ଦଳର ଅଧକ୍ଷ ପଦବୀ ପାଇଁ ମତଦାନରୁ ବାଦ୍‌ ପଡ଼ିଥିଲେ। ପିସିସି ସଦସ୍ୟ ତାଲିକାରେ ତାଙ୍କ ନାମ ନ ଥିବାରୁ ସେ ନିଜ ପଦରୁ ଇସ୍ତଫା ଦେଇଥିବା ନେଇ କହିଛନ୍ତି। ଏହାସହ ତାଙ୍କ ଇସ୍ତଫା ପତ୍ର ପିସିସି ସଭାପତି ଶରତ ପଟ୍ଟନାୟକ ଓ ରାଜ୍ୟ କଂଗ୍ରେସର ପ୍ରଭାରୀ ଚେଲ୍ଲା କୁମାରଙ୍କ ନିକଟକୁ ପଠାଇଛନ୍ତି ବୋଲି ସ୍ପଷ୍ଟ କରିଛନ୍ତି। ନିଜ ଇସ୍ତଫା ସମ୍ପର୍କରେ ସୂଚନା ଦେଇ ସତ୍ୟ କହିଛନ୍ତି, ଦଳ ପକ୍ଷରୁ ସାଧାରଣ ସମ୍ପାଦକ, ପୂର୍ବରୁ ମିଡିଆ ସେଲ ଅଧ୍ୟକ୍ଷ ଓ ଏବେ ମିଡିଆ ଆବାହକ ଭାବେ ନିଜ କର୍ତ୍ତବ୍ୟକୁ ଦାୟିତ୍ୱର ସହ ତୁଲାଇଛିି। ଦଳ ପକ୍ଷରୁ ଗତ ସାଧାରଣ ନିର୍ବାଚନରେ ସେ ପୁରୀ ଲୋକସଭା ଆସନରୁ ସାଂସଦ ପ୍ରାର୍ଥୀ ଭାବେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ହେଁ ଏବେ ପିସିସି ସଦସ୍ୟ ତାଲିକାରୁ ତାଙ୍କ ନାମ ହଟାଇବା ଦୁର୍ଭାଗ୍ୟଜନକ। ପିସିସି ପକ୍ଷରୁ ଯିଏ ଏହି ତାଲିକା ପ୍ରସ୍ତୁତ କରିଛନ୍ତି ସେ ବହୁ ଭାବି ଚିନ୍ତି କରିଥିବେ। ସେ ବୋଧହୁଏ ମୋ ଯୋଗ୍ୟତାକୁ ଗୌଣ ମନେକରୁଛନ୍ତି ବା ମୋର ଏହି ପଦବୀରେ ରହିବାର ଆବଶ୍ୟକତା ନାହିଁ ବୋଲି ଭାବି ଏଭଳି କରିଥିବେ ବୋଲି ସତ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri