Posted inଖେଳ

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ,କେଉଁଠି ଆଉ କେତେବେଳେ ଦେଖିବେ ମ୍ୟାଚ୍‌..

ନୂଆଦିଲ୍ଲୀ,୨୩।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ରେ ରବିବାରଠାରୁ ନିଜର ମିଶନ୍‌ ଆରମ୍ଭ କରିବ ଟିମ୍‌ ଇଣ୍ଡିଆ। ମେଲବୋର୍ନରେ ଭାରତ ପାକିସ୍ତାନ ସହ ସୁପର-୧୨ ମୁକାବିଲାର ପ୍ରଥମ ମ୍ୟାଚ୍‌ ଖେଳିବ। ଅଧିନାୟକ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ୍‌ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌କୁ ଜିତିବା ଲକ୍ଷ୍ୟରେ ଓହ୍ଲାଇବ। ଅଷ୍ଟ୍ରେଲିଆରେ ଏହି ମୁକାବିଲା ଖେଳାଯାଉଥିବାରୁ ସମୟରେ ସାମାନ୍ୟ ବ୍ୟତିକ୍ରମ ରହିଛି। ତେବେ ଆସନ୍ତୁ ଜାଣିବା ମ୍ୟାଚ୍‌ କେବେ ଆରମ୍ଭ ହେବ ଏବଂ କେଉଁଠି ଏହାକୁ ଦେଖିପାରିବେ…

କେତେବେଳେ ଆରମ୍ଭ ହେବ?
ଭାରତୀୟ ସମାନୁସାରେ ରବିବାର(ଅକ୍ଟୋବର ୨୩) ଅପରାହ୍ନ ୧.୩୦ରେ ମ୍ୟାଚ୍‌ ଆରମ୍ଭ ହେବ। ୧ଟାରେ ଟସ୍‌ ପଡ଼ିବ।

କେଉଁଠି ଖେଳାଯିବ ମ୍ୟାଚ୍‌?
ଭାରତ-ପାକିସ୍ତାନ ମଧ୍ୟରେ ମହାମୁକାବିଲା ମେଲବୋର୍ନରେ ଖେଳାଯିବ। ପ୍ରାୟ ଏକ ଲକ୍ଷ ଦର୍ଶକଙ୍କ ସାମ୍ନାରେ ଉଭୟ ଟିମ୍‌ ମୁହାଁମୁହିଁ ହେବେ।

କେଉଁଠାରେ ଦେଖିପାରିବେ?
ମ୍ୟାଚ୍‌ର ପ୍ରସାରଣ ଷ୍ଟାର ନେଟ୍‌ଓ୍ବାର୍କରେ ହେବ। ଡିଜିଟାଲରେ ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାରରେ ଏହାର ପ୍ରସାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri