ପେଣ୍ଠ ବେଳାଭୂମିରେ ପୁଣି ହେବ ଇକୋ ରିଟ୍ରିଟ୍‌

ରାଜନଗର, ୨ା୧୧(ଡି.ଏନ.ଏ.): ଭିତରକନିକାକୁ କିପରି ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଆସିବେ ସେ ନେଇ ରାଜ୍ୟ ସରକାର ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି। ୨୦୨୦ରେ ପ୍ରଥମଥର ପାଇଁ ଭିତରକନିକାର ନଳିତାପାଟିଆଠାରେ ଇକୋ ରିଟ୍ରିଟ ଅନୁଷ୍ଠିତ ହୋଇଥିଲା। ୮୨ଦିନ ଧରି ଏହି ଇକୋ ରିଟ୍ରିଟ୍‌ର ସଫଳ ଆୟୋଜନ ହୋଇଥିଲା। ଭିତରକନିକାକୁ କିପରି ଗତବର୍ଷଠାରୁ ଅଧିକ ପର୍ଯ୍ୟଟକ ଆସିବେ, ସକାରାତ୍ମକ ଓ ନିଆରା ଅନୁଭୂତି ନେଇ ଫେରିବେ ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଚଳିତବର୍ଷ ପେଣ୍ଠ ବେଳାଭୂମିରେ ଇକୋ ରିଟ୍ରିଟ୍‌ ହେବ। ସେ ନେଇ ଜିଲା ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ସୋମବାର କେନ୍ଦ୍ରାପଡ଼ା ଜିଲାପାଳ ଅମୃତ ଋତୁରାଜ, ଉପଜିଲାପାଳ ନିରଞ୍ଜନ ବେହେରା, ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀଯନ୍ତ୍ରୀ ନଟବର ପ୍ରଧାନ, କନିଷ୍ଠଯନ୍ତ୍ରୀ ଦେବାଶିଷ ସାମଲ, ତଟବନ୍ଧ ବିଭାଗର ସହକାରୀ ନିର୍ବାହୀଯନ୍ତ୍ରୀ ଅଞ୍ଜନ କୁମାର ବେହେରା, ସହକାରୀ ଯନ୍ତ୍ରୀ ଭଞ୍ଜପ୍ରସାଦ ରାଉତ, ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ, ତହସିଲଦାର ଅଶ୍ୱିନୀ କୁମାର ଭୂୟଁାଙ୍କ ସହ ପାନୀୟଜଳ ଓ ବିଦ୍ୟୁତ୍‌ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ। ଦୋବନ୍ଧିଠାରୁ ପେଣ୍ଠ ମଧ୍ୟରେ ପ୍ରାୟ ୧୮ଶହ ମିଟର ଅଞ୍ଚଳରେ ଗତବର୍ଷ ଇକୋ ରିଟ୍ରିଟ ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ଆଉ ୩ ଶହ ଫୁଟ ଅଧିକ ଜାଗାରେ ଇକୋ ରିଟ୍ରିଟ ହେବ। ଡିସେମ୍ବର ପ୍ରଥମ ସପ୍ତାହରେ ଇକୋ ରିଟ୍ରିଟ୍‌ ଆରମ୍ଭ ହେବ। ଟେଣ୍ଟ ଭିତରେ ରହି ପର୍ଯ୍ୟଟକମାନେ ଯେପରି ସମୁଦ୍ରର ଶୋଭା ଉପଭୋଗ କରିବେ, ସେ ନେଇ ବ୍ୟବସ୍ଥା କରାଯିବ। ଦିନବେଳା ଇକୋ ରିଟ୍ରିଟରେ ଥିବା ପର୍ଯ୍ୟଟକମାନେ ଭିତରକନିକା ପରିଦର୍ଶନରେ ଯିବେ। ରାତିରେ ବେଳାଭୂମିର ମଜା ନେବା ସହ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେବେ। ସମୁଦ୍ର୍ର କୂଳରେ ପର୍ଯ୍ୟଟକମାନଙ୍କ ପାଇଁ ବିଭିନ୍ନ ଖେଳର ବ୍ୟବସ୍ଥା କରାଯିବ। ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଟ୍ରାନ୍ସଫର୍ମର ବସାଯିବ। ବାତ୍ୟା ଆଶ୍ରୟସ୍ଥଳଠାରୁ ଇକୋ ରିଟ୍ରିଟସ୍ଥଳ ଯାଏଁ ଷ୍ଟ୍ରିଟ ଲାଇଟ ଲାଗିବ। ଲୁଣା ଘେରିବନ୍ଧରୁ ସମଦ୍ର କୂଳକୁ ଖସିବା ଏବଂ ଇକୋ ରିଟ୍ରିଟ ସ୍ଥଳ ଯାଏଁ ପୂର୍ତ୍ତ ବିଭାଗ ପକ୍ଷରୁ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯିବ। ଛୋଟ ଓ ବଡ ଗାଡି ରହିବା ପାଇଁ ପାର୍କିଂର ବ୍ୟବସ୍ଥା ରହିବ। ଆସନ୍ତା ଗୋଟିଏ ସପ୍ତାହ ମଧ୍ୟରେ ସମ୍ପୂର୍ଣ୍ଣ ରୂପରେଖ ସ୍ପଷ୍ଟ ହେବ ବୋଲି ସୂଚନା ଦିଆଯାଇଛି। ପେଣ୍ଠ ବେଳାଭୂମିରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଲେ ଇକୋ ରିଟ୍ରିଟ୍‌ ରହଣି ପର୍ଯ୍ୟଟକଙ୍କ ବାଦେ ଅନ୍ୟ ପର୍ଯ୍ୟଟକଙ୍କ ସଂଖ୍ୟା ବଢିବ। ସେଥିପାଇଁ ଗତବର୍ଷଠାରୁ ନଳିତାପାଟିଆ ପରିବର୍ତ୍ତେ ପେଣ୍ଠଠାରେ ଇକୋ ରିଟ୍ରିଟ ଆୟୋଜନ କରିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri