‘ଆହ୍ବାନକୁ ଗ୍ରହଣକରି ଆଗକୁ ବଢ଼ିବା ଦରକାର’

କଟକ,୫ା୧୧: ଡ୍ରିମ୍‌ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟ ପକ୍ଷରୁ ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ୩ସପ୍ତାହ ବ୍ୟାପୀ ଆୟୋଜିତ ଅଭିମୁଖୀକରଣ କାର୍ଯ୍ୟକ୍ରମ ନିକଟରେ ଉଦ୍‌ଯାପିତ ହୋଇଯାଇଛି। ଡ୍ରିମ୍‌ସର ଜୟଶ୍ରୀ ଅଡିଟୋରିୟମଠାରେ ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱର ଏମ୍ସର ଅଧୀକ୍ଷକ ପ୍ରଫେସର ଡା. ସଚ୍ଚିଦାନନ୍ଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଛାତ୍ରୀଛାତ୍ରମାନେ ଆମତ୍ବିଶ୍ୱାସର ସହ ଜୀବନରେ ଯେକୌଣସି ଆହ୍ବାନକୁ ଗ୍ରହଣ କରି ଆଗକୁ ବଢ଼ିବା ଦରକାର। ସମ୍ମାନିତ ବକ୍ତା ଭାବେ ଅମଲଗମ୍‌ ଇସ୍ପାତର ଏମ୍‌ଡି ଇଂ. ଏନ୍‌.ଡି.ରାଓ କହିଥିଲେ, ଜୀବନରେ ସୁଯୋଗ ଓ ସମ୍ଭାବନା ଭରପୂର ରହିଛି। ତେବେ ଏହାର ଠିକ୍‌ ଉପଯୋଗ ଦ୍ୱାରା ନିଶ୍ଚିତ ଫଳ ମିଳିଥାଏ ବୋଲି ସେ ମତପ୍ରକାଶ କରିଥିଲେ। ସେହିଭଳି ପ୍ରତିଷ୍ଠାନର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ ନବାଗତ ବିଦ୍ୟାର୍ଥୀଙ୍କୁ ସ୍ବାଗତ କରିବା ଅବସରରେ କହିଥିଲେ, ପିତାମାତାଙ୍କ ଆଶା ଓ ଅଭିଳାଷ ପୂରଣ କରିବା ଲାଗି ସନ୍ତାନ ସବୁବେଳେ ଚେଷ୍ଟା କରିବା ଆବଶ୍ୟକ। ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡ. ନୟନ ରଞ୍ଜନ ସାମଲ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ସେହିପରି ଅନୁଷ୍ଠାନର ପ୍ରାଧ୍ୟାପିକା ଡ. ଅନୁରେଖା ନାୟକ ଏବଂ ପ୍ରାଧ୍ୟାପିକା ଡ. ଲୀନା ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅପରପକ୍ଷରେ ପ୍ରାଧ୍ୟାପିକା ରୋଜାଲିନ୍‌ ଦାଶ ଧନ୍ୟବାଦ ଅଭିଭାଷଣ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଡ୍ରିମ୍‌ସ ଛାତ୍ରମାନଙ୍କ ଦ୍ୱାରା ପ୍ରସ୍ତୁତ ‘ଆପ୍‌’ କୁ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡ. ରଥ ଉନ୍ମୋଚନ କରିବା ସହ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅନୁଷ୍ଠାନର ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର, ନିର୍ଦ୍ଦେଶକ ଲୋକନାଥ ବେହେରା, ରେଜିଷ୍ଟ୍ରାର ଡ. କଲ୍ୟାଣ କୁମାର ସାହୁ, ଡ. ସୁଶାନ୍ତ କୁମାର ଦାସ, ଡ. ସ୍ନିଗ୍ଧାମଧୁସୂଦନ ଦାସ, କ୍ରୀଡ଼ା ନିର୍ଦ୍ଦେଶକ ନବକିଶୋର ମିଶ୍ର, ସଚିବ ପ୍ରାଣବନ୍ଧୁ ନାୟକ, ଚନ୍ଦ୍ରକାନ୍ତ ପଣ୍ଡାଙ୍କ ସମେତ ବିଭିନ୍ନ ଉଇଙ୍ଗ୍‌ର ଅଧ୍ୟକ୍ଷ, ଅଧ୍ୟାପକ, ଅଧ୍ୟାପିକା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri