ବଢ଼ିବ ବିଧାୟକଙ୍କ ଦରମା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ):ବିଧାୟକମାନଙ୍କର ଦରମା, ଭତ୍ତା ଓ ଅନ୍ୟାନ୍ୟ ସୁବିଧା ସୁଯୋଗରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ ଗଠିତ କମିଟି ଆସନ୍ତା ୨୪ ତାରିଖରେ ହେବାକୁ ଥିବା ଶୀତ ଅଧିବେଶନରେ ବାଚସ୍ପତିଙ୍କୁ ରିପୋର୍ଟ ପ୍ରଦାନ କରିବ। ବିଭିନ୍ନ ରାଜ୍ୟରେ ବିଧାୟକମାନଙ୍କୁ ମିଳୁଥିବା ଦରମା,ଭତ୍ତା ଓ ସୁବିଧା ସୁଯୋଗକୁ ଅନୁଧ୍ୟାନ କରିବା ପରେ କମିଟି ଓଡ଼ିଶାରେ ବିଧାୟକମାନଙ୍କ ଦରମା ଓ ଅନ୍ୟାନ୍ୟ ସୁବିଧାରେ ବୃଦ୍ଧି ହେବା ସପକ୍ଷରେ ମତ ଦେଇଛି। ବାଚସ୍ପତିଙ୍କ ନିର୍ଦ୍ଦେଶରେ ବରିଷ୍ଠ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଗଠିତ ପରାମର୍ଶଦାତା କମିଟିର ଚତୁର୍ଥ ବୈଠକ ଗୁରୁବାର ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଛି। ଏ ସମ୍ପର୍କରେ ଅମର କହିଛନ୍ତି ଯେ, ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ସଂକ୍ରାନ୍ତ ଦାବି ଉପରେ କମିଟି ବିଚାରବିମର୍ଶ କରିଛି। ଆସନ୍ତା ଶୀତ ଅଧିବେଶନରେ କମିଟି ବାଚସ୍ପତିଙ୍କୁ ରିପୋର୍ଟ ପ୍ରଦାନ କରିବ। ବୈଠକରେ କମିଟିର ସଦସ୍ୟ ଥିବା ଭାଜପା ମୁଖ୍ୟ ସଚେତକ ମୋହନ ମାଝି ଓ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଅନୁପସ୍ଥିତ ଥିବାରୁ କମିଟି ପୁଣିଥରେ ବୈଠକ କରି ଦରମା ଓ ଭତ୍ତା ଆଦିର ଚୂଡ଼ାନ୍ତ କରିବ। ତେବେ ବୈଠକରେ ରାଜ୍ୟର ବିଧାୟକମାନେ ଏବେ ପାଉଥିବା ଦରମା,ଭତ୍ତା ଓ ସୁବିଧାସୁଯୋଗ ସହ ଅନ୍ୟ ରାଜ୍ୟରେ ବିଧାୟକମାନଙ୍କୁ ମିଳୁଥିବା ସୁବିଧା ସୁଯୋଗ ଆଦିର ସମୀକ୍ଷା କରାଯାଇଥିଲା ବୋଲି ସେ କହିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ଦଳଗତ ନିର୍ବିଶେଷରେ ବିଧାୟକମାନେ ସେମାନଙ୍କର ଦରମା ଓ ଅନ୍ୟାନ୍ୟ ଭତ୍ତା ବୃଦ୍ଧି କରିବାକୁ ବିଧାନସଭାରେ ବହୁବାର ଦାବି କରିଛନ୍ତି। ଏହି ଦାବିକୁ ଦୃଷ୍ଟିରେ ରଖି ବାଚସ୍ପତି ଏକ କମିଟି ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri