ଫେବୃୟାରୀ ୧୩ରେ ଆଇଏସ୍‌ସି, ୨୭ରୁ ଆଇସିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର,୨।୧୨(ବ୍ୟୁରୋ): କାଉନ୍‌ସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଆଇସିଏସ୍‌ଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୯ରେ ଶେଷ ହେବ। ସେହିପରି ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃୟାରୀ ୧୩ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ। ଉଭୟ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷାର ପ୍ରଥମ ଦିନ ଇଂଲିଶ୍‌ ପେପର-୧ ପରୀକ୍ଷା ହେବ ଓ ଦ୍ୱିତୀୟ ଦିନ ଇଂଲିଶ୍‌ ପେପର-୨ ପରୀକ୍ଷା ହେବ। ଛାତ୍ରୀଛାତ୍ରଙ୍କୁ ପ୍ରଶ୍ନ ପଢ଼ିବା ପାଇଁ ୧୫ମିନିଟ ସମୟ ଦିଆଯିବ। ସକାଳ ୯ଟା, ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୨ଟାରେ ପରୀକ୍ଷା ହେବ। ତେଣୁ ପ୍ରତ୍ୟେକ ପରୀକ୍ଷାର ୧୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ଦିଆଯିବ। ସବିଶେଷ କାର୍ଯ୍ୟସୂଚୀ ସିଆଇଏସ୍‌ସିଇର ଓ୍ବେବସାଇଟ cisce.org ରେ ଉପଲବ୍ଧ। ପରୀକ୍ଷାର ଫଳାଫଳ ୨୦୨୩ ମେ’ରେ ଘୋଷଣା ହେବ ବୋଲି ସିଆଇଏସସିଇ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri