‘ଉତ୍ତର ଭାରତରେ ଟିକେଏମ୍‌ର ପ୍ରଥମ ଆଞ୍ଚଳିକ ଷ୍ଟକ୍‌ୟାର୍ଡ’

ନୂଆଦିଲ୍ଲୀ,୧୭।୧୨: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ‘ଟୟୋଟା କିର୍ଲୋସ୍କର ମୋଟର’(ଟିକେଏମ୍‌)ର ଆଉ ଏକ ଷ୍ଟକ୍‌ୟାର୍ଡ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଉତ୍ତର ଭାରତରେ ଟିକେଏମ୍‌ର ପ୍ରଥମ ଆଞ୍ଚଳିକ ଷ୍ଟକ୍‌ୟାର୍ଡ ହରିୟାଣାର ଫାରୁକନଗରଠାରେ ଶୁଭାରମ୍ଭ କରାଯାଇଛି। ବିଶେଷକରି ଗ୍ରାହକଙ୍କୁ ବିଶ୍ୱସ୍ତରୀୟ ଉପତ୍ାଦ ଏବଂ ସେବା ସହଜରେ ପ୍ରଦାନ କରିବା ଲକ୍ଷ୍ୟ ନେଇ ଏହାର ଶୁଭାରମ୍ଭ କରାଯାଇଥିବା ଟିକେଏମ୍‌ ପକ୍ଷରୁ କୁହାଯାଇଛି। ଉକ୍ତ ଷ୍ଟକ୍‌ୟାର୍ଡ ସ୍ଥାପନ ଦ୍ୱାରା ପଞ୍ଜାବ, ହରିୟାଣା, ରାଜସ୍ଥାନ, ଉତ୍ତରପ୍ରଦେଶ, ହିମାଚଳ ପ୍ରଦେଶ, ଉତ୍ତରାଞ୍ଚଳ ଏବଂ ଜମ୍ମୁକଶ୍ମୀରର ଡିଲରମାନଙ୍କ ପାଇଁ ଗାଡ଼ି ଯୋଗାଣ ସହଜ ହେବ। ୫ ଏକର ପରିମିତ ଜମିରେ ଥିବା ଉକ୍ତ ଷ୍ଟକ୍‌ୟାର୍ଡରେ ୯୦୦ ଯାନର ପାର୍କିଂ କ୍ଷମତା ରହିଛି। ଏ ସମ୍ପର୍କରେ ଟିକେଏମ୍‌ର ଜେନେରାଲ ମ୍ୟାନେଜର ଭି. ୱିସ୍‌ଲିନ ସିଗାମଣି କହିଛନ୍ତି, ହରିୟାଣାଠାରେ ଆମର ପ୍ରଥମ ଆଞ୍ଚଳିକ ଷ୍ଟକ୍‌ୱାର୍ଡର ଉଦ୍‌ଘାଟନ ସମ୍ପର୍କରେ ଘୋଷଣାକରି ଆମେ ବେଶ୍‌ ଆନନ୍ଦିତ । ଏପରିକି ଭାରତର ଉତ୍ତର ଭାଗ ଆମ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବଜାର ଏବଂ ଫାରୁକନଗର ଏକ ବ୍ୟବସାୟିକ ରଣନୈତିକ ସ୍ଥାନ ଭାବେ ପରିଗଣିତ ହୋଇଛି। ଉଲ୍ଲେଖଯୋଗ୍ୟ ଗତ ୨ ବର୍ଷ ମଧ୍ୟରେ ଟୟୋଟା ଉତ୍ତର ଭାରତରେ ୨୨ଟି ନୂତନ କଷ୍ଟମର ଟଚ୍‌ ପଏଣ୍ଟ ଦ୍ୱାରା ବିକ୍ରୟ ଏବଂ ସେବା ଯୋଗାଇଛି। ସୂଚନାଯୋଗ୍ୟ , ୨୦୨୦ରେ ଟିକେଏମ୍‌ର ପ୍ରଥମ ଆଞ୍ଚଳିକ ଷ୍ଟକ୍‌ୟାର୍ଡ ଗୁଆହାଟୀଠାରେ ଆରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri