ଅନୁଗୋଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଜିଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି। ଏହାସହିତ ଅନୁଗୋଳରେ ୩୫୦ କୋଟି ଟଙ୍କାରେ ଦୁଇଟି ବୃହତ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ପ୍ରକଳ୍ପ ଦୁଇଟିକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ଦେଇସାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାଦ୍ବାରା ଜିଲାର ୪୮ଟି ପଞ୍ଚାୟତର ଲୋକ ପାନୀୟ ଜଳ ପାଇପାରିବେ।

ଅନୁଗୋଳକୁ ସେବା ଓ ସଂଗ୍ରାମର ଭୂମି ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନବକୃଷ୍ଣ ଚୌଧୁରୀ, ମାଳତୀ ଚୌଧୁରୀ ଓ ପବିତ୍ର ମୋହନ ପ୍ରଧାନଙ୍କ ପରି ସଂଗ୍ରାମୀ ନେତାମାନଙ୍କ ତ୍ୟାଗ ଓ ସେବାକୁ ସ୍ମରଣ କରିଥିଲେ।
ବିକାଶ ଅନୁଗୋଳର ସବୁଠାରୁ ବଡ଼ ପରିଚୟ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ, ଅନୁଗୋଳରେ ଶିଳ୍ପ ପ୍ରତିଷ୍ଠା ସହିତ ନିଯୁକ୍ତିର ସୁଯୋଗ ବଢୁଛି। ଚଳିତ ମେକ୍‌-ଇନ୍‌-ଓଡ଼ିଶାରେ ରାଜ୍ୟ ୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆକର୍ଷଣ କରିବାରେ ସଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନୁଗୋଳର ମିଶନ ଶକ୍ତି ମା’ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୪୨ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ। ଜିଲାର ୭୩୭୨ ମିଶନ ଶକ୍ତି ଗୋଷ୍ଠୀର ୭୫ ହଜାର ମହିଳା ଏହାଦ୍ବାରା ଉପକୃତ ହେବେ। ମିଶନ ଶକ୍ତି ତାଙ୍କର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ, ପ୍ରତିଦିନ ମିଶନ ଶକ୍ତିର ମା’ମାନେ ତାଙ୍କୁ ଭେଟୁଛନ୍ତି ଓ ତାଙ୍କ ସଫଳତାର କାହାଣୀ କହୁଛନ୍ତି। ଏହା ତାଙ୍କୁ ଖୁବ୍‌ ଆନନ୍ଦ ଦେଉଛି। ମୁଖ୍ୟମନ୍ତ୍ରୀ କହିଥିଲେ, ଆଗାମୀ ୫ ବର୍ଷରେ ମିଶନ ଶକ୍ତି ମା’ମାନଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ସହାୟତା ଦିଆଯିବ।

ଏହି କାର୍ଯ୍ୟକ୍ରମରେ ଉପବାଚସ୍ପତି, ଜିଲାର ବିଧାୟକମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀ ପ୍ରଥମେ ଅନୁଗୋଳ ଷ୍ଟାଡିଅମରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇଥିଲେ। ଏହାପରେ ରେଲଓ୍ବେ ଷ୍ଟେଶନ ଯାଇ ସେଠାରେ ସମ୍ବଲପୁର-ଶାଲିମାର-ସମ୍ବଲପୁର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri