Posted inଜାତୀୟ

କର୍ନାଟକରେ ଭାଜପା ଏକୁଟିଆ ନିର୍ବାଚନ ଲଢ଼ିବ: ଶାହା…

ବେଙ୍ଗାଲୁରୁ,୩୧।୧୨ : କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଛନ୍ତି ଯେ କର୍ନାଟକରେ ଭାଜପା ଏକୁଟିଆ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ୨୦୨୩ ରେ ହେବାକୁ ଥିବା ରାଜ୍ୟ ବିଧାନସଭା ନିର୍ବାଚନ ସମ୍ପର୍କରେ ସେ କର୍ନାଟକରେ ଅସମ୍ପୂର୍ଣ୍ଣ ସରକାର ଗଠନ ନକରିବାକୁ, ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରିବାକୁ ଲୋକଙ୍କୁ ନିବେଦନ କରିଛନ୍ତି। ଭାଜପା ନିଜେ ଏକୁଟିଆ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଏବଂ ସରକାର ଗଠନ କରିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ବେଙ୍ଗାଲୁରୁରେ ଶାହା କହିଛନ୍ତି ଯେ କଂଗ୍ରେସ ପାଇଁ କ୍ଷମତା ପାଇବା ଦୁର୍ନୀତି କରିବାର ଏକ ମାଧ୍ୟମ। କିନ୍ତୁ ଆମ ପାଇଁ ଏହା ଲୋକଙ୍କ ଜୀବନରେ ଉନ୍ନତି ଆଣିବାର ଉଦ୍ୟମ। ନିକଟରେ ସାତୋଟି ରାଜ୍ୟରେ ହୋଇଥିବା ନିର୍ବାଚନରେ ଭାଜପା ପାଞ୍ଚଟି ରାଜ୍ୟରେ ଜିତିଥିଲା ଏବଂ ୬ଟି ରାଜ୍ୟରେ କଂଗ୍ରେସ ମୂଳପୋଛ ହୋଇଯାଇଥିଲା।

ସେ କହିଛନ୍ତି ଯେ ଜେଡି (ଏସ) ସହ ଜଡିତ ଲୋକମାନେ ଗୁଜବ ପ୍ରଚାର କରୁଛନ୍ତି ଯେ ଭାଜପା ସେମାନଙ୍କ ସହ ଏକ ମେଣ୍ଟ କରିବ। ମୁଁ କର୍ନାଟକର ଜନସାଧାରଣଙ୍କୁ ସ୍ପଷ୍ଟ ଭାବରେ କହିବାକୁ ଚାହେଁ ଯେ ଭାଜପା ରାଜ୍ୟରେ ଏକୁଟିଆ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ ଏବଂ ରାଜ୍ୟରେ ନିଶ୍ଚିତ ସରକାର ଗଠନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri