ସୁସ୍ଥତା ହାର ବଢ଼ିଲା…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇଛି। ଦୈନିକ ପଜିଟିଭ୍‌
ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ଶହ ତଳେ ରହିଛି। ଏହା ବଢ଼ି ୧୮୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୭୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୫୫୪ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୫୭୦ ଥିଲା। ସେହିପରି ୨୪ ଘଣ୍ଟାରେ ୨୧୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୮୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୧୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୯ ହଜାର ୩୧୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୬ ହଜାର ୫୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୭ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri