Posted inଖେଳ

ରେକର୍ଡ ବର୍ଷା କଲେ ସୂର୍ଯ୍ୟକୁମାର

ରାଜକୋଟ,୮।୧: ରାଜକୋଟରେ ଶ୍ରୀଲଙ୍କା ବିପକ୍ଷରେ ସୂର୍ଯ୍ୟକୁମାର ଯାଦବ ବିସ୍ଫୋରକ ଇଂନିସ ଖେଳିଥିଲେ। ସେ ୫୧ ବଲରୁ ଅପରାଜିତ ୧୧୨ ରନ କରିଥିଲେ। ତାଙ୍କ ଇନିଂସ ଯୋଗୁ ଭାରତ ତିନି ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚରେ ଶ୍ରୀଲଙ୍କାକୁ ୯୧ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ୨-୧ରେ ସିରିଜ ଜିତିଛି। ଅନ୍ତର୍ଜାତୀୟ ଟି-୨୦ରେ ସୂର୍ଯ୍ୟକୁମାର ତୃତୀୟ ଶତକ ସ୍କୋର କରିଥିଲେ। ଏହି ସମୟରେ ସେ ତାଙ୍କ ନାମରେ ଅନେକ ରେକର୍ଡ କରିଥିଲେ।
ଶ୍ରୀଲଙ୍କା ବିପକ୍ଷ ଇନିଂସ ସମୟରେ ସୂର୍ଯ୍ୟକୁମାର ଏକ ବଡ଼ ସଫଳତା ହାସଲ କରିଥିଲେ। ସେ ଅନ୍ତର୍ଜାତୀୟ ଟି-୨୦ରେ ୧୫୦୦ ରନ ସ୍କୋର କରିବାରେ ଦ୍ରୁତତମ ବ୍ୟାଟ୍ସମ୍ୟାନ ହୋଇଥିଲେ। ଫେବୃଆରୀ ୨୦୨୧ରେ ଇଂଲଣ୍ଡ ବିପକ୍ଷରେ ଡେବ୍ୟୁ କରିଥିବା ସୂର୍ଯ୍ୟ ୪୨ ଇନିଂସରେ ୧୫୦୦ ରନ ପୂରଣ କରିଥିଲେ। ସେ ୧୫୦୦ ରନ ପାଇଁ ୮୪୩ ବଲ୍‌ର ସମ୍ମୁଖୀନ ହୋଇଥିଲେ। ଏଥିପାଇଁ ଅଷ୍ଟ୍ରେଲିଆର ଗ୍ଲେନ ମ୍ୟାକ୍ସୱେଲ ୯୪୦ ବଲ ନେଇଥିଲେ।
ଶ୍ରୀଲଙ୍କା ବିପକ୍ଷ ଇନିଂସରେ ସୂର୍ଯ୍ୟକୁମାର ନଅ ଛକା ମାରିଥିଲେ। ସେ ଟି-୨୦ ମ୍ୟାଚ୍‌ରେ ଭାରତ ପାଇଁ ବିନା ଓପନର୍‌ ବ୍ୟାଟ୍ସମ୍ୟାନଙ୍କ ଦ୍ୱାରା ସର୍ବାଧିକ ୯ଟି ଛକା ମାରିଥିଲେ। ଏହି ମାମଲାରେ ସେ ନିଜେ ବିରାଟ କୋହଲି ଏବଂ ଯୁବରାଜ ସିଂଙ୍କୁ ଛାଡିଛନ୍ତି। ସୂର୍ଯ୍ୟ, କୋହଲି ଏବଂ ଯୁବରାଜ ପ୍ରତ୍ୟେକେ ୭-୭ ଛକା ମାରିଥିଲେ।
ତିନୋଟି ଭିନ୍ନ ମହାଦ୍ୱୀପରେ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚରେ ଶତକ ହାସଲ କରିଥିବା ସୂର୍ଯ୍ୟକୁମାର ପ୍ରଥମ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ସେ ଗତ ବର୍ଷ ଜୁଲାଇରେ ଇଂଲଣ୍ଡ ବିପକ୍ଷରେ ଏବଂ ନଭେମ୍ବରରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଶତକ ହାସଲ କରିଥିଲେ। ଭାରତରେ ସେ ଟି-୨୦ ରେ ପ୍ରଥମ ଶତକ ହାସଲ କରିଛନ୍ତି।
ସୂର୍ଯ୍ୟକୁମାର ସମସ୍ତ ୩ଟି ଶତକ ବିନା ଓପନର୍‌ ଭାବେ ସ୍କୋର କରିଛନ୍ତି। ସେ ଦୁଇଥର ଚାରି ନମ୍ବରରେ ଏକ ଶତକ ହାସଲ କରିଛନ୍ତି। ତୃତୀୟ କ୍ରମରେ ଥରେ ଶତକ ହାସଲ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ସେ ଚତୁର୍ଥ ସ୍ଥାନରେ ୧୧୭ ରନ ଖେଳିଥିଲେ। ଏଥି ସହିତ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ତିନି ନମ୍ବରରେ ଅପରାଜିତ ୧୧୧ ସ୍କୋର କରିଥିଲେ। ସେ ଶ୍ରୀଲଙ୍କା ବିପକ୍ଷ ଚତୁର୍ଥ ନମ୍ବରରେ ଅପରାଜିତ ୧୧୨ ରନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri