ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି

ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍‌ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ବିରୋଧରେ ଅସନ୍ତୋଷ ବଢିବାରେ ଲାଗିଛି। ଏହି ଭଙ୍ଗାରୁଜାକୁ ନେଇ ବିଧାୟକ ପାଣିଗ୍ରାହୀଙ୍କୁ ତାଙ୍କ ଦଳ ଭାଜପାରୁ ବିରୋଧ କରାଯାଇଥିବା ବେଳେ ମଙ୍ଗଳବାର ଜିଲା ବିଜେଡି ପକ୍ଷରୁ ଦୃଢ ନିନ୍ଦା କରାଯାଇଛି। ଏହାସହ ବିଧାୟକଙ୍କ ସମେତ ଦୋଷୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରି ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ସହ ଜିଲାପାଳ ଓ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି।
ଜିଲା ବିଜେଡି ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ମଙ୍ଗଳବାର ପୂର୍ବାହ୍ନରେ ମଠସାହି ସ୍ଥିତ ମା’ କନକ ଦୁର୍ଗା ମନ୍ଦିର ପରିସରରୁ ଶତାଧିକ ଦଳୀୟ କର୍ମୀଙ୍କ ସମେତ ଏସ୍‌ଏଚ୍‌ଜି ସଦସ୍ୟାମାନେ ଏକ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରିଥିଲେ। ସେମାନେ ବିଧାୟକଙ୍କ ଦାଦାଗିରିକୁ ନିନ୍ଦା କରି ବିଭିନ୍ନ ସ୍ଲୋଗାନ ଦେବା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଭାଜପା ବିଧାୟକ ପାଣିଗ୍ରାହୀଙ୍କୁ ଗିରଫ କରିବା ସହ ଭଙ୍ଗାରୁଜା ଘଟଣାରେ ସମ୍ପୃକ୍ତ କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ବିଧାୟକଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। କାର୍ଯ୍ୟକ୍ରମରେ ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈ, ଡବ୍ଲ୍ୟୁଓଡିସି ସଦସ୍ୟ ଭୂପେନ୍ଦ୍ର ପ୍ରସାଦ ନାୟକ, ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ. ସୁଜିତ କୁମାର ପ୍ରଧାନ, ନଗର ବିଜେଡି ସଭାପତି ଶୁକଦେବ ଭଞ୍ଜ, ଜିଲା ଯୁବ ବିଜେଡି ସଭାପତି ପ୍ରତାପ କୁମାର ଦେବ, ମହିଳା ବିଜେଡି ସଭାନେତ୍ରୀ ଅରୁଣୀ ପ୍ରଧାନ ପ୍ରମୁଖ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳ ରେବିକା ବିଲୁଙ୍ଗଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।
ଅନ୍ୟପଟେ ଏହି ଘଟଣାକୁ ନେଇ ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର ଭୁବନେଶ୍ୱରରେ ଏକ ଖବରଦାତା ସମ୍ମିଳନୀ ଜରିଆରେ କହିଛନ୍ତି, ଦେବଗଡ଼ର ଭାଜପା ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଦାଦାଗିରି ଓ ଗୁଣ୍ଡାଗର୍ଦ୍ଦି ସୀମା ଅତିକ୍ରମ କରିଛି। ଏହି ଘଟଣାକୁ ବିଜେଡି ପକ୍ଷରୁ ନିନ୍ଦା କରାଯାଉଛି। ସେହିପରି ବିଜେଡି ମୁଖପାତ୍ର ଇପସିତା ସାହୁ କହିଛନ୍ତି, ଭାଜପା ବିଧାୟକଙ୍କ ଏଭଳି କାର୍ଯ୍ୟକଳାପରୁ ସ୍ପଷ୍ଟ ହୋଇସାରିଲାଣି ଯେ ସେ ଜଣେ ଅଭ୍ୟାସଗତ ଅପରାଧୀ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri