Posted inଜାତୀୟ

କେରଳର ୮୦ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ୍‌, ୨୦ ପ୍ରତିଶତଙ୍କଠାରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା…

ଥିରୁଭାନନ୍ତପୁରମ,୨୨।୨ : କେରଳର ପ୍ରାୟ ୮୦ ଲକ୍ଷ ଲୋକଙ୍କର ଜୀବନଶୈଳୀ ରୋଗ ପାଇ ଯାଞ୍ଚ୍‌ କରାଯାଇଥିଲା ଏବଂ ସେମାନଙ୍କ ମଧ୍ୟରୁ ପ୍ରାୟ ୨୦ ପ୍ରତିଶତଙ୍କଠାରେ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ରହିଥିବା ଜଣାପଡ଼ିଛି। ସେଥିମଧ୍ୟରେ ଉଚ୍ଚ ରକ୍ତଚାପ,ମଧୁମେହ ସମେତ ଅନ୍ୟ କେତେକ ସ୍ବାସ୍ଥ୍ୟ ସମସ୍ୟା ରହିଥିବା ଜଣାପଡିଛି।

ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଭୀନା ଜର୍ଜ ଏହି ସୂଚନା ଦେଇଛନ୍ତି। ଜର୍ଜ କହିଛନ୍ତି ଯେ ରାଜ୍ୟର ଅନେକ ସ୍ଥାନରେ ସ୍ବାସ୍ଥ୍ୟ ଶିବିର ଆୟୋଜନ କରାଯାଇଛି ଯାହା ଦ୍ୱାରା ସ୍ବାସ୍ଥ୍ୟଗତ ସମସ୍ୟାର ଶୀଘ୍ର ଚିହ୍ନଟ ହୋଇପାରିବ ଏବଂ ଭବିଷ୍ୟତରେ ଆଉ ଜଟିଳତାର ମୁକାବିଲା କରିବାକୁ ପଡିବ ନାହିଁ। ସେ କହିଛନ୍ତି ଯେ ଜୀବନଶୈଳୀ ସହ ଜଡ଼ିତ ସମସ୍ୟା ଏବଂ କର୍କଟ ସମସ୍ୟାକୁ ଜଟିଳ ନ କରି ଏଥିରୁ ଆରୋଗ୍ୟ ମିଳିପାରିବ।

୫ ଲକ୍ଷରୁ ଅଧିକ ଲୋକଙ୍କୁ କର୍କଟ ସମସ୍ୟା ପାଇଁ ରେଫର୍‌ କରାଯାଇଥିଲା। ଜର୍ଜ କହିଛନ୍ତି ଯେ ସ୍ବାସ୍ଥ୍ୟ ସମସ୍ୟାର ଶୀଘ୍ର ଚିହ୍ନଟ ଏବଂ ଚିକିତ୍ସା ପାଇଁ ସରକାରଙ୍କର ଅଭିଯାନର ଏକ ଅଂଶ ଭାବରେ ଏହି ସ୍କ୍ରିନିଂ କରାଯାଇଥିଲା।

ଜୀବନଶୈଳୀ ସମସ୍ୟା ନିୟନ୍ତ୍ରଣ ତଥା ଆନୁଷଙ୍ଗିକ କାର୍ଯ୍ୟକଳାପ ପାଇଁ ଦେଶର ଏକମାତ୍ର ଯୋଜନାର ବିକାଶ ପାଇଁ ବଜେଟରେ ୧୦ କୋଟି ଟଙ୍କା ଧାର୍ଯ୍ୟ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ଜୀବନଶୈଳୀ ସମସ୍ୟା ତଥା ସ୍କ୍ରିନିଂକୁ ରୋକିବା ପାଇଁ ରାଜ୍ୟ ଦ୍ୱାରା ଆରମ୍ଭ ହୋଇଥିବା ଏହି ଅଭିଯାନ ଦେଶରେ ସ୍ବାସ୍ଥ୍ୟ କ୍ଷେତ୍ରରେ ଏକ ଆଦର୍ଶ ପାଲଟିଛି। ସେ କହିଛନ୍ତି ଯେ ୩୦ ବର୍ଷରୁ ଅଧିକ ବୟସର ଲୋକଙ୍କ ଘର ଦ୍ୱାରରେ ସ୍କ୍ରିନିଂ ପାଇଁ ଇ-ସ୍ବାସ୍ଥ୍ୟ ସାହାଯ୍ୟରେ ଏକ ଆପ ମଧ୍ୟ ବିକଶିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri