ଛାଡ଼ପତ୍ର ଦେଲେନି ବୋଲି…ବୋହୂଙ୍କ ଗୋଡ଼ ଭାଙ୍ଗିଦେଲେ

ଢେଙ୍କାନାଳ ଅଫିସ, ୨।୩: କୁହାଯାଏ ବିବାହ ଏକ ପବିତ୍ର ବନ୍ଧନ। ଦାମ୍ପତ୍ୟ ଜୀବନ ଆରମ୍ଭ ହେଲେ ଅଜାଡ଼ି ହୋଇପଡ଼େ ଗୁରୁଜନଙ୍କ ଆଶୀର୍ବାଦ। ନବଦମ୍ପତିଙ୍କ ସୁଖମୟ ଜୀବନ କାମନା କରନ୍ତି ସଭିଏଁ। ହେଲେ ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କେରଜୋଳି ପଞ୍ଚାୟତର ସରବେରେଣି ଗ୍ରାମରୁ ଆସିଛି ଏହାର ବିପରୀତ ଚିତ୍ର। ଛାଡ଼ପତ୍ର ଦେବାକୁ ଅମଙ୍ଗ ହେବାରୁ ପୁତ୍ର ଏବଂ ପୁତ୍ରବଧୂଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ମହିଳାଙ୍କ ଦୁଇ ଗୋଡ଼ ଭାଙ୍ଗିଯାଇଥିବାବେଳେ ସ୍ବାମୀ ମଧ୍ୟ ଆହତ ହୋଇଛନ୍ତି। ଏଭଳି ଅମାନୁଷିକ ଘଟଣା ସାରା ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଥିବାବେଳେ ପୋଲିସ ତନାଘନା ଆରମ୍ଭ କରିଛି।

ପୋଲିସ ସୂଚନା ଅନୁଯାୟୀ, ସରବେରେଣୀ ଗ୍ରାମର ଅଶୋକ କୁମାର ମହାନ୍ତଙ୍କ ସହ ନିର୍ମଳା ମହାନ୍ତଙ୍କ ବୈଦିକ ରୀତିରେ ବିବାହ ହୋଇଥିଲା। ତେବେ ଶାଶୁଘର ଲୋକେ ଯୌତୁକ ଦାବି କରି ତାଙ୍କୁ ନିର୍ଯାତନା ଦେଉଥିଲେ। ଏପରି କି ଛାଡ଼ପତ୍ର ଦେବାକୁ ପୁଅ-ବୋହୂଙ୍କ ଉପରେ ଚାପ ପକାଉଥିଲେ। ହେଲେ ଏଥିରେ ଅଶୋକ ରାଜି ହେଉ ନ ଥିଲେ। ବୁଧବାର ସକାଳେ ୩ ଜଣ ବ୍ୟକ୍ତି ହଠାତ୍‌ ପହଞ୍ଚତ୍ ଦମ୍ପତିଙ୍କୁ ଷ୍ଟିଲ୍‌ ରଡ୍‌ରେ ମରଣାନ୍ତକ ଆକ୍ରମଣ କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଘରେ ପଡ଼ିଥିବାବେଳେ ପାଖପଡ଼ୋଶୀ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସରେ ପ୍ରଥମେ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଆକ୍ରମଣରେ ନିର୍ମଳାଙ୍କ ଉଭୟ ଗୋଡ଼ ଭାଙ୍ଗିଯାଇଛି। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ପାଇ କଙ୍କଡ଼ାହାଡ଼ ପୋଲିସ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚତ୍ ତଦନ୍ତ କରିଛି। ଏହି ଘଟଣାରେ କାହାରିକୁ ଗିରଫ କରାଯାଇନାହିଁ। ପୋଲିସ ନିଜ ଆଡୁ ମାମଲା (ନଂ. ୩୦/୨୩) ରୁଜୁ କରି ତଦନ୍ତ ଚଳାଇଥିବା ଥାନାଧିକାରୀ ନିର୍ମଳା ଗୋଚ୍ଛାୟତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri