Posted inଜାତୀୟ

ଆସୁଛି ଆଉ ଏକ ବଡ଼ ପ୍ରତିବନ୍ଧକ: ଉତ୍ତରକାଶୀରେ ବର୍ଷା ସାଙ୍ଗକୁ ତୁଷାରପାତ ସମ୍ଭାବନା, ୟେଲୋ ୱାର୍ନିଂ ଜାରି

ଉତ୍ତରକାଶୀ,୨୭ା୧୧: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଭୁଶୁଡ଼ି ପଡ଼ିଥିବା ସିଲ୍‌କ୍ୟାରା ଟନେଲରେ ୪୧ ଶ୍ରମିକ ୧୬ ଦିନ ହେଲା ଫସି ରହିଛନ୍ତି। ହେଲେ ସେମାନଙ୍କୁ ବାହାର କରିବା ସମ୍ଭବ ହୋଇପାରି ନାହିଁ। ଏହି ପରିପ୍ରେକ୍ଷୀରେ ରବିବାରଠାରୁ ପାହାଡ଼ ଉପରୁ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ପାହାଡ଼ ଉପରୁ ଖନନ କରାଗଲେ ୪ ଦିନରେ ଶ୍ରମିକମାନଙ୍କ ପାଖରେ ପହଞ୍ଚି ହେବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି। ହେଲେ ଉଦ୍ଧାର କାର୍ଯ୍ୟରେ ଅନ୍ୟ ଏକ ବଡ଼ ପ୍ରତିବନ୍ଧକ ସାମ୍ନା କରିବାକୁ ପଡିପାରେ। ଏହା ହେଉଛି ପ୍ରାକୃତିକ ବିପର୍ଯ୍ୟୟ।

ପାଣିପାଗ ବିଭାଗ ପକ୍ଷରୁ ଉତ୍ତରାଖଣ୍ଡ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଏବଂ ତୁଷାରପାତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ଏନେଇ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ ଅନୁମାନ କରାଯାଉଛି।

ଉତ୍ତରକାଶୀ, ରୁଦ୍ରପ୍ରୟାଗ, ଚମୋଲି, ପିଥୋରାଗଡ଼ ଏବଂ ଆଲମୋଡ଼ାର ଉପର ମୁଣ୍ଡରେ ପ୍ରବଳ ବର୍ଷା ସାଙ୍ଗକୁ ତୁଷାରପାତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି।

ସୂଚନା ଯୋଗ୍ୟ, ପୂର୍ବରୁ ଆମେରିକୀୟ ଡ୍ରିଲିଂ ମେଶିନ୍‌ରେ ଖନନ କାର୍ଯ୍ୟ ଚାଲିଥିବାବେଳେ ଶ୍ରମିକମାନଙ୍କୁ ଉଦ୍ଧାର କରାଯିବା ଆଶା କରାଯାଉଥିଲା। ୪୬ ମିଟରରୁ ଅଧିକ ଦୂରତା ପର୍ଯ୍ୟନ୍ତ ଓସାରିଆ ଇସ୍ପାତ ପାଇପ୍‌ ଯାଇସାରିଥିଲା। ଆଉ ୧୦ରୁ ୧୨ ମିଟର ଖୋଳାଯାଇଥିଲେ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇଥାନ୍ତା। ହେଲେ ଖନନ ବେଳେ ଔଗର ଡ୍ରିଲିଂ ମେଶିନ୍‌ର ବ୍ଲେଡ୍‌ ଭାଙ୍ଗି ଭିତରେ ରହିଯିବାରୁ ଖନନ କାର୍ଯ୍ୟକୁ ବନ୍ଦ କରିବାକୁ ପଡିଥିଲା। ମାନୁଆଲ ମେଶିନ୍‌ରେ ଖୋଳିବା ସମୟସାପେକ୍ଷ ହୋଇଥିବାରୁ ଶେଷ ବିକଳ୍ପ ଭାବେ ପାହାଡ଼ ଉପରୁ ଖୋଳିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଖନନ କାର୍ଯ୍ୟରେ ସହାୟତା ପାଇଁ ସେନାକୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri