କରୋନା ପରେ ନିମୋନିଆକୁ ନେଇ ବଢିଲା ଚିନ୍ତା

ବ୍ରହ୍ମପୁର,୨୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): କରୋନା ପରେ ଏବେ ଚୀନରେ ପିଲାମାନେ ନିମୋନିଆ ଆକ୍ରାନ୍ତ ହେଉଥିବାରୁ ଚାରିଆଡେ ଚିନ୍ତା ବଢିଛି। ଭାରତ ସରକାର ରାଜ୍ୟଗୁଡିକୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ଜିଲା ସ୍ବାସ୍ଥ୍ୟଧିକାରୀଙ୍କୁ ଏକ ମାର୍ଗଦର୍ଶକା ଜାରି କରିଛନ୍ତି।

ନିମୋନିଆ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲାରେ କରୋନା ପରୀକ୍ଷା ବଢାଇବା ସହ ସର୍ଭେଲାନ୍ସ ବଢାଇବାକୁନିର୍ଦ୍ଦେଶ ହୋଇଛି। ଏହି ଆଧାରରେ ଗଞ୍ଜାମ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ୨୨ଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସରଙ୍କ ସମେତ ୯୧ଟି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର, ୪ଟି ଉପଖଣ୍ଡସ୍ଥରୀୟ ହସ୍ପିଟାଲ ଓ ନଗର ଚିକିତ୍ସାଳୟରେ ମାନବସମ୍ବଳ, ଭିତ୍ତିଭୂମି, ଶଯ୍ୟା, ଭେଣ୍ଟିଲେଟର, ପରୀକ୍ଷା କିଟ, ପର୍ଯ୍ୟାପ୍ତ ପରିମାଣର ଆଣ୍ଟିବାୟୋଟିକ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆତଙ୍କିତ ହେବାର କୌଣସି କାରଣ ନାହିଁ ବରଂ ଏହାର ମୁକାବିଲା ପାଇଁ ସତର୍କ ଓ ସର୍ବାଧିକ ସଚେତନ ରହିବା ଆବଶ୍ୟକ ବୋଲି ଜିଲା ସ୍ବାସ୍ଥ୍ୟଧିକାରୀ ଡା. ଉମାଶଙ୍କର ମିଶ୍ର ସୂଚନା ଦେଇଛନ୍ତି।

ବର୍ତ୍ତମାନ ଇନଫ୍ଲୁଏଞ୍ଜା ଦେଖାଦେଉଥିବା ବେଳେ ଶୀତଋତୁରେ ନିଃଶ୍ୱାସପ୍ରଶ୍ୱାସ ଜନିତ ରୋଗ ବୃଦ୍ଧି ପାଇବା ଆଶଙ୍କା ଉପୁଜିଛି। ତେଣୁ କରୋନା ବେଳେ ଆମେ ଯେଉଁସବୁ ନିୟମ ପାଳନ କରୁଥିଲେ, ତାହା ପାଳନ କରିବା ଆବଶ୍ୟକ। ନିମୋନିଆ ଏକ ବାୟୁବାହିତ ରୋଗ ହୋଇଥିବାରୁ ଜନସାଧାରଣ ଆଗୁଆ ପଦକ୍ଷେପ ପାଇଁ ମାସ୍କ ବ୍ୟବହାର କରିବା, ହାତ ସାନିଟାଇଜ କରିବା, ଜନଗହଳିରେ ଦୂରତା ବଜାୟ ରଖିବାକୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri