ବୈପାରିଗୁଡ଼ା ଥାନା ଅଧିକାରୀଙ୍କ କ୍ବାର୍ଟର୍ସରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର,୨୮।୧୧: କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାର୍ଟର୍ସରୁ ମଙ୍ଗଳବାର ଭିଜିଲାନ୍ସ ଅଧିକାରୀ ନଗଦ ୨୫ ଲକ୍ଷ ଟଙ୍କା ଜବତ କରିଛନ୍ତି। ଏପରି କି ଭିଜିଲାନ୍ସ ଟିମ୍‌ ଏକ ବିଶେଷ ସୂତ୍ରରୁ ଖବର ପାଇ ସୋମବାର ଥାନା ଅଧିକାରୀଙ୍କ ବୈପାରିଗୁଡ଼ା କ୍ବାର୍ଟର୍ସ ଏବଂ ଅଫିସରୁ ସାଢେ ୭ ଲକ୍ଷ ଟଙ୍କା ଜବତ କରିଥିଲା।

ସୂଚନାଯୋଗ୍ୟ, ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ ୨ ଲକ୍ଷ ଟଙ୍କା ଧରି ବସ୍‌ରେ ନିଜ ଘର କଟକ ଜିଲାକୁ ଆସୁଥିବା ବେଳେ ସୋମବାର ସାରେ ଭିଜିଲାନ୍ସ ଜାଲରେ ପଡିଥିଲେ। ପରେ ଭିଜିଲାନ୍ସ ଅଧିକାରୀମାନେ ସୁଶାନ୍ତଙ୍କୁ ନେଇ ପଚରାଉଚରା କରିଥିଲେ। ପଚରାଉଚରା ବେଳେ ଅଧିକାରୀମାନେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଜାଣିବାକୁ ପାଇଛନ୍ତି। ଏହାକୁ ଭିତ୍ତିକରି ମଙ୍ଗଳବାର ପୁଣି ଅଧିକାରୀମାନେ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାର୍ଟର୍ସରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ଅଧିକାରୀମାନେ ଘରୁ ବିଡାବିଡା ଟଙ୍କା ଜବତ କରିଛନ୍ତି। ଜବତ ଟଙ୍କା ମଧ୍ୟରେ ୫ଶହ, ୨ଶହ ଏବଂ ୧ଶହ ଟଙ୍କିଆ ନୋଟ୍‌ ରହିଛି। ଏହା ହାତରେ ଗଣିବା ସମ୍ଭବ ନ ହେବାରୁ ମେଶିନ୍‌ ସାହାଯ୍ୟରେ ଟଙ୍କା ଗଣତି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri