ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବେପରୁଆ ଗାଡ଼ିଚାଳନା, ଟ୍ରାଫିକ୍‌ ନିୟମ ଉଲ୍ଲଂଘନ, ମଦ୍ୟପାନ କରି ଗାଡ଼ି ଚଳାଇବା, ଉପଯୁକ୍ତ ତାଲିମ ନ ନେଇ ଗାଡ଼ି ଚଳାଇବା ଯୋଗୁ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ସଡ଼କ ଦୁର୍ଘଟଣାରେ ୨୬ ହଜାର ଲୋକ ଜୀବନ ହରାଇଛନ୍ତି। ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ନିକଟରେ ଶେଷ ହୋଇଥିବା ବିଧାନସଭାରେ ଭାଜପା ସଭ୍ୟ କୁସୁମ ଟେଟେଙ୍କ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ ଗତ ୫ ବର୍ଷ(୨୦୧୮ରୁ ୨୦୨୨) ମଧ୍ୟରେ ରାଜ୍ୟରେ ୫୪,୭୯୦ ସଡ଼କ ଦୁର୍ଘଟଣା ଘଟିଛି। ସେଥିରେ ୨୫,୯୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୧,୮୭୩ ଆହତ ହୋଇଛନ୍ତି। ୨୦୧୮ରେ ରାଜ୍ୟରେ ୧୧,୨୬୨ ସଡ଼କ ଦୁର୍ଘଟଣାରେ ୫୩୧୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୧୯ରେ ୧୧ ହଜାର ୬୪ ସଡ଼କ ଦୁର୍ଘଟଣାରେ ୫୩୩୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ କୋଭିଡ୍‌ କଟକଣା ଯୋଗୁ ୨୦୨୦ରେ ଦୁର୍ଘଟଣା ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଥିଲା। ଏହି ବର୍ଷ ୯୮୧୭ ଦୁର୍ଘଟଣାରେ ୪୭୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮୮୧୮ଜଣ ଆହତ ହୋଇଛନ୍ତି। କୋଭିଡ୍‌ କଟକଣା ଉଠିବା ପରେ ୨୦୨୧ରେ ପୁଣି ଦୁର୍ଘଟଣା ହାର ଉପରମୁହଁା ହୋଇଥିଲା। ଏହି ବର୍ଷ ରାଜ୍ୟରେ ୧୦,୯୮୪ ସଡ଼କ ଦୁର୍ଘଟଣା ଘଟି ୫ ହଜାର ୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୭୮୨ ଲୋକ ଗୁରୁତର ଭାବେ ଆହତ ହୋଇଥିଲେ। ସେହିପରି ୨୦୨୨ରେ ୧୧,୬୬୩ ସଡ଼କ ଦୁର୍ଘଟଣା ଘଟି ୫,୪୬୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦,୩୦୨ ଜଣ ଆହତ ହୋଇଛନ୍ତି।
ଏହି ସମୟରେ ସଡ଼କ ଦୁର୍ଘଟଣାକୁ କମାଇବା ପାଇଁ ସଚେତନତା ଓ ଅନ୍ୟାନ୍ୟ ବାବଦରେ ରାଜ୍ୟ ସରକାର ୭୯୨୧ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଅଜଣା ଗାଡ଼ି ଧକ୍କାରେ ମୃତ ବ୍ୟକ୍ତିଙ୍କ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଜାତୀୟ ସ୍ତରରେ ପ୍ରତି ୧୦୦ ଦୁର୍ଘଟଣାରେ ୩୨ ଜଣ ପ୍ରାଣ ହରାଉଥିବା ବେଳେ ଓଡ଼ିଶାରେ ୪୭ ଜଣଙ୍କର ମୃତ୍ୟୁ ହେଉଛି। ୨୦୦୮ରୁ ୨୦୨୦ ମଧ୍ୟରେ ଦୁର୍ଘଟଣା ଯୋଗୁ ପ୍ରାୟ ୪୫ ହଜାର ଲୋକଙ୍କ ଜୀବନ ଯାଇଛି। ଦୁର୍ଘଟଣା ସମୟରେ ତୁରନ୍ତ ଚିକିତ୍ସା ମିଳିପାରୁ ନ ଥିବାରୁ ବହୁ ଲୋକଙ୍କ ମୃତ୍ୟୁ ହେଉଛି। ସେଥିପାଇଁ କଟକ ଓ ଭୁବନେଶ୍ୱର ସହରର କେତେକ ଘରୋଇ ହସ୍ପିଟାଲରେ ମାଗଣାରେ ଚିକିତ୍ସା ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରିଛନ୍ତି। ଏହାଛଡ଼ା ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ହସ୍ପିଟାଲ ନେଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପ୍ରୋତ୍ସାହନ ରାଶି ଦେବାର ମଧ୍ୟ ବ୍ୟବସ୍ଥା ରହିଛି। ସାଧାରଣ ପରିବହନ ବ୍ୟବସ୍ଥା ପରିବର୍ତ୍ତେ ବ୍ୟକ୍ତିଗତ ଯାନବାହନ ଯୋଗୁ ରାସ୍ତାରେ ଟ୍ରାଫିକ୍‌ ସମସ୍ୟା ଦେଖାଦେବା ସହ ବେପରୁଆ ଗାଡ଼ିଚାଳନା ଯୋଗୁ ଅଧିକ ଦୁର୍ଘଟଣା ଘଟୁଥିବା ପରିବହନ ବିଭାଗର ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri