ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ ଟୁକୁଣା ଗ୍ରାମର ପବିତ୍ର ଦାସଙ୍କ ଘରୁ ଲୁଟପାଟ ହୋଇଥିବା ଜଣାପଡିଛି। ପବିତ୍ରଙ୍କ ଛେନାପଦି ବଜାରରେ ଏକ ସୁନା ଦୋକାନ ଅଛି ।
ସୂଚନା ଅନୁସାରେ ୬ଜଣ ଡକାୟତ ପରିବାର ଲୋକଙ୍କ ମୁଣ୍ଡରେ ବନ୍ଧୁକ ଦେଖାଇ ୧୫ ଲକ୍ଷରୁ ଉଦ୍ଧର୍‌ବ ଟଙ୍କାର ସୁନା ରୁପାର ଗହଣା ଲୁଟି ନେଇଛନ୍ତି । ମଙ୍ଗଳବାର ବିଳମ୍ବିତ ରାତିରେ ଡକାୟତମାନେ ମୁହଁରେ କପଡା ବାନ୍ଧି ଝରକା ଦେଇ ଘର ଭିତରକୁ ପଶିଥିଲେ । ପବିତ୍ର, ତାଙ୍କ ସ୍ତ୍ରୀ ଏବଂ ପୁଅଙ୍କ ବେକରେ ବନ୍ଧୁକ ଓ ଭୁଜାଲି ଲଗାଇ ପ୍ରାୟ ୨୦୦ ଗ୍ରାମର ସୁନା ଓ ୭କିଲୋରୁ ଉଦ୍ଧର୍‌ବ ରୁପା ଅଳଙ୍କାର ଆଦି ଲୁଟି ନେଇଥିଲେ । ଏଥିସହ ପବିତ୍ରଙ୍କୁ ମାଡ଼ ମଧ୍ୟ ମାରିଥିଲେ । ଘରେ ଥିବା ଗୋଟିଏ ମଧ୍ୟ ଏଲ. ଇ.ଡି ନେଇ ଯାଇଛନ୍ତି । ଖବର ପାଇ ନନ୍ଦିପଦା ପୁଲିସ ବୁଧବାର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ଯୋଗ୍ୟ ଗତ ଏକ ବର୍ଷ ପୂର୍ବେ ପବିତ୍ର ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ନିସଙ୍ଖପୁର ନିକଟରେ କିଛି ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ପ୍ରାୟ ୧୫ ଲକ୍ଷରୁ ଉର୍ଦ୍ଧ ଟଙ୍କାର ଗହଣା ଲୁଟି ନେଇଥିଲେ । ଗାଁ ଭିତରେ ପଶି ଦୁର୍ବୃତ୍ତଙ୍କର ଏପରି ଲୁଟପାଟ ଘଟଣାକୁ ନେଇ ଗ୍ରାମରେ ଭୟ ଖେଳି ଯାଇଥିବା ବେଳେ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ନନ୍ଦିପଦା ଥାନା ଅଞ୍ଚଳରେ ଚୋରି, ଲୁଟପାଟ ବଢି ଚାଲିଥିବା ବେଳେ ପୋଲିସର ରାତ୍ରିକାଳୀନ ପାଟ୍ରୋଲିଂକୁ କଡାକଡି କରିବାକୁ ଦାବି ହୋଇଛି। ଘଟଣାର ଅନୁସନ୍ଧାନ କରାଯାଉଥିବା ନେଇ ଆଇଆଇସି ରମେଶ ଚନ୍ଦ୍ର ପାତ୍ର ଏବଂ ପୋଲିସ ଅଧିକାରୀ ନରୋତ୍ତମ ଦଳେଇ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri