Posted inରାଜ୍ୟ

୪ ତାରିଖରେ ଉପକୂଳ ଛୁଇଁବ ସମ୍ଭାବ୍ୟ ବାତ୍ୟା! ଜାଣନ୍ତୁ ଓଡ଼ିଶା ଉପରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର,୩୦।୧୧: ଆସୁଛି ବାତ୍ୟା ବଢୁଛି ଭୟ। ଆସନ୍ତା ସପ୍ତାହରେ ପୁଣି ଭାରତୀୟ ଉପକୂକଳ ଛୁଇଁବ ବାତ୍ୟା। ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ-ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆଗାମୀ ୨୪ଘଣ୍ଟା ମଧ୍ୟରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ପରବର୍ତ୍ତୀ ସମୟରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ଆହୁରି ଘନୀଭୂତ ହୋଇ ୩ତାରିଖ ବେଳକୁ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ପରବର୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ପାହାନ୍ତିଆ ବେଳକୁ ଉତ୍ତର ତାମିଲନାଡୁ -ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଁଚିବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସତର୍କ ରହିବା ପାଇଁ ଉପକୂଳବର୍ତ୍ତୀ ୭ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପରାମର୍ଶ ଦେଇଛନ୍ତି। ଉକ୍ତ ଜିଲାଗୁଡ଼ିକ ହେଲା ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ। ତେବେ ବାତ୍ୟାର ତୀବ୍ରତା ଓ ଗତିପଥ କ’ଣ ରହିବ ସେ ନେଇ ଏ ପର୍ଯ୍ୟନ୍ତ କୌଣସି ଆକଳନ କରାଯାଇ ନାହିଁ। ଲଘୁଚାପ ପ୍ରଭାବରେ ଆସନ୍ତା ୩ ଓ ୪ ତାରିଖରେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୪ରୁ ୮ ତାରିଖ ଯାଏ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୧ ତାରିଖରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ପବନର ବେଗ ୨ ତାରିଖ ବେଳକୁ ୫୦ରୁ ୬୦ କିମି ଓ ବେଳେ ବେଳେ ସର୍ବାଧିକ ୭୦ କିମି ପର୍ଯ୍ୟନ୍ତ ଯାଇପାରେ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଏହାର ପ୍ରଭାବରେ ଡିସେମ୍ବର ୧ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରରେ ରହିଛନ୍ତି, ସେମାନେ ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri