Posted inRasifala

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ
ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ ତଥାପି ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତି ଉନ୍ନତ ରହିବ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି।
ବୃଷ
ବୃଷ
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ଯାହାକି ଆପଣଙ୍କ ସକାଶେ ହିତକର ହେବ। ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଅଟକି ରହିଯାଇଥିବା ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ।
ମିଥୁନ
ମିଥୁନ
ଆପଣଙ୍କ ସୁନ୍ଦର ବ୍ୟବହାର ଓ ରୁଚିପୂର୍ଣ୍ଣ କଥାରେ ଅନ୍ୟମାନେ ଖୁସି ହୋଇଯିବେ। ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ଏପରି କି ବକେୟା ମଧ୍ୟ ପାଇପାରନ୍ତି। ପୁନଶ୍ଚ ଏହା ସାଙ୍ଗକୁ କର୍ମକ୍ଷେତ୍ରରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ଅନ୍ୟମନସ୍କତାର ସୁଯୋଗ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି।
କର୍କଟ
କର୍କଟ
ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ଦୀର୍ଘଦିନର ଆଶା ଫଳବତୀ ହେବ। ଘରେ ନ ଥିବା ସମୟରେ କୌଣସି ଶୁଭ ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଶ୍ୱଶୁରାଳୟ ବ୍ୟକ୍ତିବିଶେଷ ଚିନ୍ତାର କାରଣ ହୋଇପାରନ୍ତି।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିିବାର ଯୋଗ ରହିଛି। କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି। ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
କନ୍ୟା
ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ। ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି। ପୁରାତନ ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ତୁଳା
ତୁଳା
ଆଜି ଦିନଟିରେ ଆନୁଷ୍ଠାନିକ କାର୍ଯ୍ୟରେ ସଫଳତା ମିଳିବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ। କର୍ମକ୍ଷେତରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ଯାହାକି ଆପଣଙ୍କ କାମକୁ ଆସିବ।
ବିଛା
ବିଛା
ଆଗାମୀ ସମୟର କାର୍ଯ୍ୟ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି। ବନ୍ଧୁମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇ ଦେବ। କର୍ମକ୍ଷେତ୍ର କିମ୍ବା ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। କଚେରି ମାମଲା କିମ୍ବା ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।
ଧନୁ
ଧନୁ
ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଅପରାହ୍ନରେ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହୋଇଯିବ। ଆଲୋଚନା ସ୍ଥଳରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ।
ମକର
ମକର
ଆଜି ସକାଳୁ ସକାଳୁ ଯାତ୍ରା ଓ ବିବାଦରେ ସତର୍କତା ଅବଲମ୍ବନ କରନ୍ତୁ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ। ବ୍ୟବସାୟିକ କ୍ଷେତ୍ର ପ୍ରାୟତଃ ମଧ୍ୟମ ପ୍ରକାରର ରହିବ।
କୁମ୍ଭ
କୁମ୍ଭ
ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ। ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି। ସାମାଜିକ ସ୍ତରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆଜି ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମୀନମୀନ

କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ମାତ୍ର କଳା,ସାହିତ୍ୟ ତଥା ସାମ୍ବାଦିକତା କ୍ଷେତ୍ରରେ ହାତପାଆନ୍ତାରେ ସୁଯୋଗ ପାଇବେ ଓ ଆଶା ପୂରଣ ମଧ୍ୟ ହୋଇଯିବ। କିନ୍ତୁ ଏହା ସାଙ୍ଗକୁ ଈର୍ଷାପରାୟଣ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିପାରନ୍ତି। ପ୍ରତ୍ୟେକ ସ୍ତରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି ସହ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ...

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ପ୍ରଭାବରେ ପୂଜାପାର୍ବଣରେ ସତ୍‌ସଙ୍ଗ ଓ ଈଶ୍ୱରୀୟ ଅନୁଚିନ୍ତା ଜାଗ୍ରତ ହେବ। ଜଣେ ବନ୍ଧୁ ଘରକୁ ଆସିବେ ଏବଂ ଫେରିବା ସମୟକୁ...

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଆଜି କର୍ମାଧିପ ବକ୍ରି ଶନିଙ୍କ ପ୍ରଭାବରେ କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ...

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସମସ୍ୟାବହୁଳ ସାମାଜିକ ସ୍ଥିତି ଦେଖାଦେଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ରୁହନ୍ତୁ । ଆକସ୍ମିକ ଭାବରେ...

ରାଶିଫଳ: ବୁଧବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ସୁସ୍ଥ ପାରିବାରିକ ଜୀବନ ସଙ୍ଗକୁ ବନ୍ଧୁମାନଙ୍କ ସହ ସୁସମ୍ପର୍କ ବୃଦ୍ଧି ଘଟିବ। ନୂତନଗୃହ, ଗାଡ଼ି, ମୋଟର କ୍ରୟକରିବା ସକାଶେ ମନ ବଳାଇ ପାରନ୍ତି।...

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ ଆଜି ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭକରିବେ। ଦୃଢ଼ ମନୋବଳ ଓ ସୁଚିନ୍ତିତ ବିଚାରଧାରା ହେତୁ କିଛି ଅସୁବିଧା ହେବନାହିଁ।...

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ...

ରାଶିଫଳ: ରବିବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଚତୁର୍ଥ କେନ୍ଦ୍ରରେ ଅବସ୍ଥାନ କରିଥିବା ଯୋଗୁ କର୍ମାରମ୍ଭ ପ୍ରସ୍ତୁତି କରିପାରନ୍ତି। ପାପଗ୍ରହ ମଧ୍ୟସ୍ଥ ହେତୁ ଅଧିକାଂଶ ସମୟ ନିଜ ଲୋକଙ୍କ ବିରୁଦ୍ଧାଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri