୨ୟ ତ୍ରୈମାସକରେ ଜିଡିପି ଅଭିବୃଦ୍ଧି ୭.୬%

ନୂଆଦିଲ୍ଲୀ,୧।୧୨ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୨ୟ ତ୍ରୈମାସକ (ଜୁଲାଇରୁ ସେପ୍ଟେମ୍ବର ତ୍ରୈମାସିକ)ରେ ଦେଶର ଆର୍ଥିକ ଅଭିବୃଦ୍ଧି (ଜିଡିପି) ୭.୬% ରହିଛି। ଏପରିକି ଗତ ଆର୍ଥିକ ବର୍ଷର ସମାନ ତ୍ରୈମାସିକରେ ଜିଡିପି ହାର ୬.୨% ରହିଥିଲା। ଏ ନେଇ ଗୁରୁବାର ରାଷ୍ଟ୍ରୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ତ୍ରୈମାସିକ ଜିଡିପି ତଥ୍ୟ ବିସ୍ତୃତ ଭାବେ ଜାରି କରାଯାଇଛି। ଏପରିକି ଏନ୍‌ଏସ୍‌ଓର ସୂଚନା ଅନୁଯାୟୀ ଚଳିତ ଆର୍ଥିକ ବର୍ଷର ୨ୟ ତ୍ରେମାସିକରେ ଦେଶର ଜିଡିପି ପରିମାଣ ୪୧.୭୪ ଲକ୍ଷ କୋଟି ପାର୍‌ କରିଛି, ଯାହା ଗତ ବର୍ଷ ସମାନ ଅବଧିରେ ୩୮.୭୮ଲକ୍ଷ କୋଟି ଥିଲା।

ଆହୁରି ଦ୍ବିତୀୟ ତ୍ରେମାସିକରେ ବିଭିନ୍ନ କ୍ଷେତ୍ରରେ ହୋଇଥିବା ବୃଦ୍ଧି ସମ୍ପର୍କରେ ମଧ୍ୟ କୁହାଯାଇଛି, ଯେଉଁଥିରେ ମ୍ୟାନୁଫ୍ୟାକଚରିଂ ସେକ୍ଟରରେ ବୃଦ୍ଧି ଦର ୧୩.୯%, କୃଷି କ୍ଷେତ୍ରରେ ୧.୨%, ନିର୍ମାଣ କ୍ଷେତ୍ରରେ ୧୩.୩ % ଆଦି ରହିଛି। ସେହିଭଳି ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ତ୍ରୈମାସିକରେ ଟ୍ରେଡ୍‌, ହୋଟେଲ, ପରିବହନ, ଯୋଗାଯୋଗ ଏବଂ ପ୍ରସାରଣ ସହ ଜଡ଼ିତ ସେବାର ଅଭିବୃଦ୍ଧି ହାର ୪.୩% ରହିଥିବାବେଳେ ଗ୍ୟାସ୍‌, ବିଜୁଳି ଜଳ ଯୋଗାଣ ଭଳି କ୍ଷେତ୍ରରେ ଅଭିବୃଦ୍ଧି ହାର ୧୦.୧% ରହିଛି। ଅପରପକ୍ଷରେ ଜିଡିପି ଅଭିବୃଦ୍ଧିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁସି ପ୍ରକାଶ କରିଛନ୍ତି। ଏପରିକି ପ୍ରଧାନମନ୍ତ୍ରୀ କହିଛନ୍ତି, ବୈଶ୍ବିକସ୍ତରରେ କଠିନ ସମୟରେ ଭାରତୀୟ ଅର୍ଥବ୍ୟବସ୍ଥା ଆମର ଶକ୍ତିକୁ ଦର୍ଶାଉଛି। ଆମେ ସୁଯୋଗ ସୃଷ୍ଟି କରିବା,ଦାରିଦ୍ର୍ୟ ସମାପ୍ତ କରିବା ଏବଂ ନିଜ ଲୋକଙ୍କ ଜୀବନଯାପନରେ ସୁଧାର ଆଣିବାରେ ବିକାଶ ସୁନିଶ୍ଚିତ କରିବା ପାଇଁ ପ୍ରତିବଦ୍ଧ ରହିଛୁ।

ଉଲ୍ଲେଖଯୋଗ୍ୟ, ଦେଶର ଅର୍ଥବ୍ୟବସ୍ଥା ଚଳିତ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକ (ଏପ୍ରିଲ-ସେପ୍ଟେମ୍ବର) ରେ ୭.୭% ହାରରେ ବଢ଼ିଥିଲାବେଳେ ଗତ ଆର୍ଥିକ ବର୍ଷର ସମାନ ଅବଧିରେ ଏହାର ପରିମାଣ ୯.୫% ରହିଥିଲା। ଏହା ସହ ଭାରତ ବିଶ୍ୱର ପ୍ରମୁଖ ଅର୍ଥବ୍ୟବସ୍ଥାରେ ସବୁଠୁ ଦ୍ରୁତ ଆର୍ଥିକ ବୃଦ୍ଧି ଦର ହାସଲ କରିଥିବା ଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri