ସ୍ତ୍ରୀଙ୍କୁ ପଥରରେ ଛେଚି କରିଥିଲେ ହତ୍ୟା: ଅଭିଯୁକ୍ତ ସ୍ବାମୀଙ୍କୁ ୧୫ ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୧।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌(ଏଡିଜେ- ୩ )ରାଜକୁମାର ଦାଶ ସ୍ତ୍ରୀ ହତ୍ୟା ମାମଲାର ବିଚାର କରି ଗୁରୁବାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଗୋସାଣିନୂଆଗାଁ ଥାନା ସଦାନନ୍ଦ ବିହାର ଦ୍ୱିତୀୟ ଲାଇନର ବୁଲୁ ସାହୁ(୫୨)ଙ୍କୁ ଦାଷୀ ସାବ୍ୟସ୍ତ କରି ୧୫ ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୩ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ମାମଲାର ୧୦ବର୍ଷ ପରେ ଏହି ରାୟ ପ୍ରକାଶ ପାଇଛି।

ବୁଲୁ ଏକ ଘରୋଇ କଲେଜରେ ପିଅନ ଥିଲେ। ୨୦୦୮ରେ ରାଜୀବନଗରରେ ରହୁଥିବା ଲଡୁ କିଶୋର ପାଢ଼ୀଙ୍କ ଝିଅ ଝିଲିଙ୍କୁ ସେ ବିବାହ କରିଥିଲେ। ୨ବର୍ଷ ପରେ ସେମାନଙ୍କ ଏକ ପୁତ୍ରସନ୍ତାନ ଜନ୍ମ ହୋଇଥିଲା। ବିବାହ ପରଠାରୁ ବୁଲୁ ଅଧିକ ଯୌତୁକ ଦାବି କରି ଝିଲିଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ।

୨୦୧୩ ମେ ୨୫ ତାରିଖରେ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା। ଉତ୍ତ୍ୟକ୍ତ ହୋଇ ବୁଲୁ ଘରେ ଥିବା ଶିଳପୁଆ ଆଣି ଝିଲିଙ୍କ ମୁଣ୍ଡକୁ ଛେଚି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ବୁଲୁ ପୁଅକୁ ନେଇ ଅଜାଘରେ ଛାଡ଼ି ଫେରାର ହୋଇଯାଇଥିଲେ। ଏ ନେଇ ଝିଲିଙ୍କ ମା’ ଉର୍ମିଳା ପାଢ଼ୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ହତ୍ୟା ମାମଲା(ନଂ.୬୪/୧୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା।

ପୋଲିସ ତଦନ୍ତ ପରେ ଘଟଣାସ୍ଥଳରୁ ରକ୍ତଭିଜା ଶିଳପୁଆ, ପୁଅର ରକ୍ତଭିଜା ପ୍ୟାଣ୍ଟ ଆଦି ଜବତ କରିଥିଲା। ଘଟଣାର ଦିନକ ପରେ ଫେରାର ବୁଲୁଙ୍କୁ ଗିରଫ କରାଯାଇଥିଲା। ମାମଲାର ବିଚାର ବେଳେ ୧୩ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗିରଫ ପରଠାରୁ ବୁଲୁ ବ୍ରହ୍ମପୁର ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିଲେ। ଗୁରୁବାର ରାୟ ପ୍ରକାଶ ବେଳେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଉପଯୁକ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଜିଲା ଦୌରାଜଜ୍‌ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ କ୍ୟାଡର ଅତିରିକ୍ତ ପିପି ବିକ୍ରମ କୁମାର କୁଣ୍ଡ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri