ନଭେମ୍ବରରେ ୧.୬୮ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧୨, (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୮ମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ନଭେମ୍ବରରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୬୮ (୧, ୬୭, ୯୨୯) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ପ୍ରାୟ ୧୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ନଭେମ୍ବର ମାସରେ ସଂଗୃହୀତ ଟିକସ ପରିମାଣ ୧, ୪୫, ୮୬୭ ଲକ୍ଷ କୋଟିଠାରୁ ପ୍ରାୟ ୧୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ କ୍ରମାଗତ ୨୧ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ଦ୍ୱାଦଶ ଥର ପାଇଁ ୧.୫ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୬ଷ୍ଠ ଥର ଲାଗି ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ଜଣାପଡିଛି।
ଉଲ୍ଲେଖଯୋଗ୍ୟ, ୨୦୨୩ ନଭେମ୍ବରରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୬୭,୯୨୯ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୦,୪୨୦ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସଟି) ୩୮, ୨୨୬ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୭, ୦୦୯ କୋଟି (ସାମଗ୍ରୀ ଆମଦାନୀରେ ୩୯, ୧୯୮ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୨୭୪ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୩୬ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୩୭,୮୭୮ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୧,୫୫୭ କୋଟି ଟଙ୍କା ପରିଶୋଧ କରିଛନ୍ତି। ଅପରପକ୍ଷରେ ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ୮ମ ମାସରେ ପ୍ରାୟ ୪୨୯୫ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୧୬୨ କୋଟି ଟଙ୍କାରୁ ଅଧିକ ରହିଥିଲା, ଯାହା ଚଳିତ ଆର୍ଥକ ବର୍ଷର ନଭେମ୍ବର ଅବଧିରେ ୩% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri