Posted inଜାତୀୟ

ବାୟୁସେନା ବିମାନ Hawk Mk-132 ଦୁର୍ଘଟଣା ଗ୍ରସ୍ତ…

କୋଲକାତା,୧୩।୨ : ମଙ୍ଗଳବାର ଅପରାହ୍ନରେ ପଶ୍ଚିମବଙ୍ଗରେ ଭାରତୀୟ ବାୟୁସେନାର ଏକ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ଥିବା ଦୁଇ ପାଇଲଟ ଠିକ ସମୟରେ ବିମାନରୁ ସୁରକ୍ଷିତ ଭାବେ ଇଜେକ୍ଟ ହୋଇଥିଲେ। ଯୁଦ୍ଧ ବିମାନ ଟ୍ରେନିଂ ଜେଟ ଖସିଯାଇଥିବା କଲେଇକୁଣ୍ଡା ଅଞ୍ଚଳରେ କୌଣସି ଧନ ଜୀବନ ହାନି ହୋଇ ନାହିଁ।

ବିଶେଷଜ୍ଞଙ୍କ ଅନୁଯାୟୀ ଏହା ଏକ ଉଚ୍ଚକୋଟୀର ଯୁଦ୍ଧ ବିମାନ, ଯାହା ଆକାଶରେ ପ୍ରାୟ ୧୦୨୮ କିଲୋମିଟର ବେଗରେ ଉଡାଣ କରିବାକୁ ସକ୍ଷମ । ଏଥି ସହିତ, ବାୟୁରେ ଏହା ପ୍ରାୟ ୨୫୨୦ କିଲୋମିଟର ଦୂରତା ମଧ୍ୟରେ ପାକିସ୍ଥାନ ଏବଂ ଚାଇନା ସମେତ ଯେକୌଣସି ଶତ୍ରୁ ଦେଶର ଯୁଦ୍ଧ ବିମାନକୁ ନଷ୍ଟ କରିପାରେ ।

ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ଟ୍ରେନିଂ ଜେଟ ହେଉଛି ହକ Mk-132 । ବାସ୍ତବରେ ବାୟୁସେନାର ତାଲିମ ଶିବିର ଚାଲିଥିଲା। ହଠାତ ବୈଷୟିକ ସମସ୍ୟା ଯୋଗୁ ଜେଟ ନିୟନ୍ତ୍ରଣ ବାହାରକୁ ଚାଲି ଯାଇଥିଲା। ଏହା ଦ୍ରୁତ ଗତିରେ ସିଧା ତଳକୁ ଖସିବା ଆରମ୍ଭ କରିଥିଲା। କିନ୍ତୁ ଏହା ଭୂମିରେ ପଡିବା ପୂର୍ବରୁ ଉଭୟ ପାଇଲଟ ଜେଟରୁ ସୁରକ୍ଷିତ ଭାବରେ ଇଜେକ୍ଟ ହୋଇଥିଲେ।

ଭାରତୀୟ ବାୟୁସେନାର ଇଷ୍ଟ କମାଣ୍ଡ ଏହି ଘଟଣାରେ ଏକ କୋର୍ଟ ଅଫ ଇନକ୍ୱାରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣାର ପ୍ରକୃତ କାରଣ ନେଇ ତଦନ୍ତ ଆରମ୍ଭ ହୋଇଛି। ଦୁର୍ଘଟଣା ପରେ ବାୟୁସେନା ଅଧିକାରୀ ଏବଂ ସ୍ଥାନୀୟ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri