କଂଗ୍ରେସ ସଭାରେ ରାଜ ପରିବାର ସଦସ୍ୟାଙ୍କୁ ନେଇ ଚର୍ଚ୍ଚା

ଢେଙ୍କାନାଳ,୨୩ା୨(ରତନ ନାୟାର):ଢେଙ୍କାନାଳ ଜିଲା କଂଗ୍ରେସ ପକ୍ଷରୁ ଗତ ୨୦ ତାରିଖରେ ଗାନ୍ଧୀମନ୍ଦିରଠାରେ ନବନିଯୁକ୍ତ ଜିଲା ସଭାପତି ସୁନୀଲ ଦାଶଙ୍କ ସମ୍ବର୍ଦ୍ଧନା ସଭାରେ ଢେଙ୍କାନାଳ ରାଜ ପରିବାରର ସଦସ୍ୟା ସୁସ୍ମିତା ସିଂହଦେଓଙ୍କୁ ଦେଖିବାକୁ ମିଳିଥିଲା। ସୁ୍‌ସ୍ମିତା କଂଗ୍ରେସର ବିଧାୟକ ପ୍ରାର୍ଥୀ ଭାବେ ଆଶାୟୀ ଥିବା ତାଙ୍କ ସମର୍ଥକଙ୍କ ମହଲରେ ଚର୍ଚ୍ଚା ହେଉଛି।
ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜା କାମାକ୍ଷା ପ୍ରସାଦ ସିଂହଦେଓଙ୍କ ପୁତୁରା ବୋହୂ ସୁସ୍ମିତା ସିଂହଦେଓ। ଦୀର୍ଘଦିନ ପରେ ଢେଙ୍କାନାଳ ରାଜ ପରିବାରର ଜଣେ ସଦସ୍ୟା କଂଗ୍ରେସ ରାଜନୀତିରେ ସକ୍ରିୟ ହେବା ଘଟଣା ସହରରେ ବେଶ୍‌ ଆଲୋଚନାର ବିଷୟ ହୋଇଛି। ସେ ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସର ପ୍ରାର୍ଥୀ ହେବା ପାଇଁ ଆଶାୟୀ ଥିବା ତାଙ୍କ ନିକଟତମ ମହଲରୁ ଜଣାପଡ଼ିଛି। ଏ ସମ୍ପର୍କରେ ସୁ୍‌ସ୍ମିତା କହିଛନ୍ତି, ବଡ଼ ବାପା (କାମାକ୍ଷା ପ୍ରସାଦ ସିଂହଦେଓ)ଙ୍କ ଆଶୀର୍ବାଦ ମୋ ଉପରେ ରହିଛି। ନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ସେ ଉତ୍ସାହିତ କରିଛନ୍ତି। ବିଶେଷକରି ମହିଳାଙ୍କ ସମ୍ମାନକୁ ସଦାବେଳେ ଅଗ୍ରାଧିକାର ଦେଉଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଓ ଢେଙ୍କାନାଳର ରାଣୀ ତଥା ପୂର୍ବତନ ବିଧାୟିକା ରତ୍ନପ୍ରଭା ଦେବୀ ତାଙ୍କର ଆଦର୍ଶ ବୋଲି ସେ କହିଛନ୍ତି। ଏଥିସହିତ ସେ ସବୁବେଳେ ମହିଳାଙ୍କ ସମ୍ମାନ ପାଇଁ କାମ କରିବେ ବୋଲି କହିଛନ୍ତି। ରାଜନୀତିରେ ସକ୍ରିୟ ହେବାରେ ତାଙ୍କର ସ୍ବାମୀ ରାଜୀବ ଲୋଚନ ସିଂହଦେଓଙ୍କର ବହୁ ସହଯୋଗ ରହିଛି ବୋଲି ସୁସ୍ମିତା ପ୍ରକାଶ କରିଛନ୍ତି। ବିଭିନ୍ନ ସ୍ଥାନରେ ଲାଗିଥିବା ସୁସ୍ମିତାଙ୍କ ବ୍ୟାନରରେ ଜାତୀୟସ୍ତର କଂଗ୍ରେସ ନେତାଙ୍କ ସହିତ କାମାକ୍ଷା ପ୍ରସାଦ ସିଂହଦେଓଙ୍କ ଫଟୋ ଥିବା ଦେଖିବାକୁ ମିଳିଛି। ନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜ ପରିବାରରେ ରାଜନୀତି ବେଶ୍‌ ସରଗରମ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ପଛରେ ପିଟିହେଲା ୧୦୮ ଆମ୍ବୁଲାନ୍ସ: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ଯାଜପୁର,୮ା୯: ଯାଜପୁର ଜିଲା ଧର୍ମଶାଳା ଥାନା ରଥିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଫଳରେ ଆମ୍ବୁଲାନ୍ସ ସହାୟକଙ୍କ ଜୀବନ ଯାଇଥିବା ବେଳେ ୨...

ଜେଲ୍‌ ଗଲେ ଲାଞ୍ଚୁଆ ପ୍ରିନ୍ସପାଲ୍‌

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ): ଜଣେ ଛାତ୍ରୀଙ୍କୁ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦ ହଜାର...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri