୨୬ରେ ସଚିବାଳୟ ଘେରାଉ କରିବ କଂଗ୍ରେସ

ବାଲେଶ୍ୱର, ୨୩।୨(ମାନସ ବିଶ୍ୱାଳ): ବାଲେଶ୍ୱର ସହର ସିନେମା ଛକସ୍ଥିତ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜିଲା କଂଗ୍ରେସ କମିଟି ସଭାପତି ସଞ୍ଜୀବ ଗିରି ଉପସ୍ଥିତ ରହି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲୋକଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ କ୍ରମାଗତ ଭାବେ ଠକି ଆସୁଛନ୍ତି। ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ଓ ରାଜ୍ୟ ସରକାର ନିଜର ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଛନ୍ତି। ଖଣି, ପାଣି, ଚିଟ୍‌ଫଣ୍ଡ ଦୁର୍ନୀତିଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟସେବା ଓ ନିଯୁକ୍ତି କ୍ଷେତ୍ରରେ ସରକାର ଲୋକଙ୍କୁ ସେବା ଦେବାରେ ବିଫଳ ହୋଇସାରିଛନ୍ତି।

ତେଣୁ ଉଭୟ ସରକାରଙ୍କ ବିରୋଧରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଆସନ୍ତା ୨୬ ତାରିଖରେ ଦଳର କର୍ମୀମାନେ ରାଜ୍ୟ ସଚିବାଳୟ ଘେରାଉ କରିବେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଫଳତା ସମ୍ପର୍କରେ ଉଲ୍ଲେଖ କରିବା ସହ ଏହି ଘେରାଉରେ ବାଲେଶ୍ୱର ଜିଲାରୁ ମୋଟ ୩ ହଜାର କର୍ମୀ ଯୋଗ ଦେବେ ବୋଲି ସୂଚନା ଦେଇଛନ୍ତି। ଖବରଦାତା ସମ୍ମିଳନୀରେ ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗ ଜିଲା ଅଧ୍ୟକ୍ଷ ବିକାଶ ଦାସ ଏବଂ ସାମାଜିକ ଗଣମାଧ୍ୟମର ଅଧ୍ୟକ୍ଷ ନବ ପ୍ରସାଦ ଭୂୟାଁ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri