Posted inଜାତୀୟ

ଆସନ୍ତା ସପ୍ତାହରେ ୧୦୦ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବ ଭାଜପା! ରହିପାରେ ପ୍ରଧାନମନ୍ତ୍ରୀଙ୍କ ନାଁ: ରିପୋର୍ଟ

ନୂଆଦିଲ୍ଲୀ,୨୪।୨: ଆସନ୍ତା ମାସରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଲୋକସଭା ନିର୍ବାଚନର ତାରିଖ ଘୋଷଣା ପୂର୍ବରୁ ଭାଜପା ଗୁରୁବାର ୧୦୦ ଜଣ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିବାର ସମ୍ଭାବନା ରହିଛି। ଏହି ତାଲିକାରେ ଦଳର ହେଭିୱେଟ୍ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହା ରହିବେ ବୋଲି ସୂତ୍ରରୁ ଖବର ପ୍ରକାଶ ପାଇଛି।

ଫେବୃଆରୀ ୨୯ ରେ ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ହେବାର ସମ୍ଭାବନା ରହିଛି। ଏହା ପରେ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇପାରେ। ପ୍ରଥମ ତାଲିକା ଗୁରୁତ୍ୱପୂର୍ଣ୍ଣ ହେବ କାରଣ ଶାସକ ଦଳ ଆଗାମୀ ନିର୍ବାଚନରେ ୫୪୩ ଲୋକସଭା ଆସନ ମଧ୍ୟରୁ ୩୭୦ ଜିତିବାର ଲକ୍ଷ୍ୟ ରଖିଛି ଏବଂ ଏନଡିଏ ପାଇଁ ୪୦୦ ଟି ଆସନ ପାଇବା ଦିଗରେ କାର୍ଯ୍ୟ କରୁଛି।

ପ୍ରଧାନମନ୍ତ୍ରୀ ମୋଦି ବର୍ତମାନ ଉତ୍ତରପ୍ରଦେଶ ବାରାଣସୀରୁ ଏମପି ଅଛନ୍ତି। ୨୦୧୪ ନିର୍ବାଚନରେ ସେ ୩.୩୭ ଲକ୍ଷ ଭୋଟ ଏବଂ ୨୦୧୯ରେ ୪.୮ ଲକ୍ଷ ବ୍ୟବଧାନରେ ବିଜୟୀ ହୋଇଥିଲେ। ଅମିତ ଶାହା ୨୦୧୯ରେ ଗୁଜରାଟ ଗାନ୍ଧିନଗରରୁ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ, ଯେଉଁଠି ପୂର୍ବରୁ ଲାଲକୃଷ୍ଣ ଆଡ଼ଭାନୀ ନିଵେଚନା ଲଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri