Posted inଖେଳ

ଇଂଲଣ୍ଡକୁ ଧୂଳି ଚଟେଇଲା ଭାରତ: ଚମକିଲେ ଗିଲ୍‌-ଜୁରେଲ୍‌

ରାଞ୍ଚି,୨୬।୨: ଚତୁର୍ଥ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଟିମ ଇଣ୍ଡିଆ ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ  ୩-୧ ଅଗ୍ରଣୀ ହାସଲ କରିଛି। ଭାରତ ପାଇଁ ଧ୍ରୁବ ଜୁରେଲ ଏବଂ ଶୁବମାନ ଗିଲ ଷଷ୍ଠ ଉଇକେଟ ପାଇଁ ଅପରାଜିତ ୭୨ ରନ ଭାଗିଦାରୀ କରିଥିଲେ। ଜୁରେଲଙ୍କ ବ୍ୟାଟରୁ ବିଜୟ ରନ ଆସିଥିଲା। ସେ ଦୁଇଟି ରନ ନେଇ ମ୍ୟାଚ ଜିତିଥିଲେ। ଜୁରେଲ ୩୯ ରନରେ ଏବଂ ଶୁବମାନ ୫୨ ରନରେ ଅପରାଜିତ ରହିଥିଲେ। ଏହା ବ୍ୟତୀତ ଅଧିନାୟକ ରୋହିତ ଶର୍ମା ୫୫ ରନର ଇନିଂସ ଖେଳିଥିଲେ।
ଶୁବମନ ଗିଲ ତାଙ୍କ ଟେଷ୍ଟ କ୍ୟାରିୟରର ଷଷ୍ଠ ଅର୍ଦ୍ଧଶତକ ହାସଲ କରିଥିଲେ। ସେ ଧ୍ରୁବ ଜୁରେଲଙ୍କ ସହ ୫୦ରୁ ଅଧିକ ରନର ଭାଗିଦାରୀ ମଧ୍ୟ କରିଥିଲେ।
ଜିତିବା ପାଇଁ ଭାରତ ୧୯୨ ରନ ଲକ୍ଷ୍ୟ ରଖିଥିଲା। ଟସ ଜିତିବା ପରେ ଇଂଲଣ୍ଡ ପ୍ରଥମ ଇନିଂସରେ ୩୫୩ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତର ପ୍ରଥମ ଇନିଂସ ୩୦୭ ରନରେ ଶେଷ ହୋଇଥିଲା। ଇଂଲଣ୍ଡ ଦଳ ୪୬ ରନର ଅଗ୍ରଣୀ ସହ ଦ୍ୱିତୀୟ ଇନିଂସରେ ପ୍ରବେଶ କରିଥିଲା। ଇଂଲଣ୍ଡର ଦ୍ୱିତୀୟ ଇନିଂସ ୧୪୫ ରନରେ ଅଲଆଉଟ୍‌ ହୋଇଥିଲା। ଫଳରେ ତାଙ୍କର ମୋଟ ଅଗ୍ରଣୀ ୧୯୧ ରନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri