ଆସିପାରିଲାନି ଆମ୍ବୁଲାନ୍ସ, ଷ୍ଟ୍ରେଚରରେ ୩ କି.ମି. ବୁହାହେଲେ ଗର୍ଭବତୀ

ଦଶମନ୍ତପୁର, ୨୯ା୨ (ଅରବିନ୍ଦ ନାୟକ ): କମୁନି ଜନନୀ ଯନ୍ତ୍ରଣା । ରାସ୍ତା ଖରାପ ଯୋଗୁ ଗାଁକୁ ଆମ୍ବୁଲାନ୍ସ ନ ଆସିପାରିବାରୁ ଜଣେ ଗର୍ଭବତୀଙ୍କୁ ଗ୍ରାମବାସୀ ଷ୍ଟ୍ରେଚରରେ ବୋହି ଡାକ୍ତରଖାନା ଆଣିବା ପରି ଦୃଶ୍ୟ ବୁଧବାର ଦେଖିବାକୁ ମିଳିଛି କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ। ତାଙ୍କୁ ୩ କି.ମି. ଷ୍ଟ୍ରେଚରରେ ବୋହି ଡାକ୍ତରଖାନା ଅଣାଯାଇଥିବା ଜଣାପଡିଛି।

ଖବରରୁ ଜଣାପଡିଛି, ଦଶମନ୍ତପୁର ବ୍ଲକ ଗାଦିଆଗୁଡ଼ା ପଞ୍ଚାୟତ ଡୁମୁରିଗୁଡ଼ା ଗ୍ରାମ ଆଦିବାସୀ ସାହିର ନୀଳ ସାଉଁନ୍ତାଙ୍କ ସ୍ତ୍ରୀ ସୁକାରୀ (୩୫) ଗର୍ଭବତୀ ଥିଲେ। ତାଙ୍କ ଗର୍ଭ ଯନ୍ତ୍ରଣା ଆରମ୍ଭ ହେବା ପରେ ଆମ୍ବୁଲାନ୍ସକୁ ଖବର ଦେଇଥିଲେ ମଧ୍ୟ ଗ୍ରାମକୁ ଭଲ ରାସ୍ତା ନ ଥିବାରୁ ୧୦୮ ଆମ୍ବୁଲାନ୍ସ ଆସିପାରି ନ ଥିଲା। ଫଳରେ ଗ୍ରାମର ଭାଗବାନ ସାଉନ୍ତା, ବୃନ୍ଦାବନ ସାଉଁନ୍ତା, ସୋମନାଥ ସାଉଁନ୍ତା, ଈଶ୍ୱର ସାଉଁନ୍ତା ଏବଂ ଆମ୍ବୁଲାନ୍ସ କର୍ମଚାରୀ ମିଶି ଷ୍ଟ୍ରେଚରରେ ସୁକାରୀଙ୍କୁ ୩ କି.ମି. ଦୂର ତାମିଲି ଛକ ଯାଏ ବୋହି ନେଇ ସେଠାରୁ ଦଶମନ୍ତପୁର ଡାକ୍ତରଖାନା ନେଇଥିଲେ। ସେଠାରେ ମହିଳା ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିବା ଜଣାପଡିଛି। ଗ୍ରାମକୁ ରାସ୍ତା ନ ଥିବାରୁ ସବୁବେଳେ ଏହି ସମସ୍ୟା ଲାଗିରହିଛି। ବ୍ଳକ ଓ ଜିଲା ପ୍ରଶାସନ ଗ୍ରାମକୁ ରାସ୍ତା ନିର୍ମାଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri