୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୨(ଅସମାପିକା ସାହୁ): ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ରାସ୍ତାଘାଟ, ପିଇବା ପାଣି,ସ୍ବରେଜ ସିଷ୍ଟମ ଏବଂ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ୫-ଟି ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।

ସୂଚନାଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଯାଇଛି। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହୋଇଛି। ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେବେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri