Posted inଜାତୀୟ

“All is well”: ଶିବକୁମାର କହିଲେ ହିମାଚଳରେ ସବୁ ମତଭେଦ ଶେଷ, ୫ ବର୍ଷ ଚାଲିବ ସୁଖୁ ସରକାର

ଶିମଲା,୨୯।୩: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାରଙ୍କ ଉପରେ ବର୍ତ୍ତମାନ ପର୍ଯ୍ୟନ୍ତ ସଙ୍କଟ ଦୂର ହୋଇଛି। ରାଜ୍ୟର ଏକମାତ୍ର ରାଜ୍ୟ ସଭା ଆସନରେ ଅନୁଷ୍ଠିତ ନିର୍ବାଚନରେ କଂଗ୍ରେସ ୬ ଜଣ ବିଧାୟକ ଭାଜପା ପାଇଁ କ୍ରସ ଭୋଟ କରିଥିଲେ। ଏହା ପରେ ସୁଖବିନ୍ଦର ସିଂ ସୁଖୁ ସରକାରଙ୍କ ପତନ ହେବାର ଆଶଙ୍କା ବଢିଯାଇଥିଲା। ତେବେ ଶେଷ ମୁହୂର୍ତ୍ତରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ପରିସ୍ଥିତିକୁ ସମ୍ଭାଳି ନେଇଥିଲେ। ଡି.କେ ଶିବକୁମାର କହିଛନ୍ତି, କଂଗ୍ରେସ ଦଳ ଏବଂ ବିଧାୟକଙ୍କ ମଧ୍ୟରେ ସମସ୍ତ ମତଭେଦ ସମାଧାନ ହୋଇଛି। ସୁଖବିନ୍ଦର ସିଂ ସୁଖୁ ମୁଖ୍ୟମନ୍ତ୍ରୀ ରହିବେ। ରାଜ୍ୟରେ ଅପରେଶନ ଲୋଟସ ବିଫଳ ହୋଇଛି। ଲୋକ ସଭା ନିର୍ବାଚନ ବର୍ତ୍ତମାନ ଆମ ପାଇଁ ଏକ ପ୍ରାଥମିକତା

ସାମ୍ପ୍ରତିକ ରାଜନୈତିକ ସଙ୍କଟର ସମାଧାନ ପାଇଁ କଂଗ୍ରେସ ହାଇକମାଣ୍ଡ ଡି.କେ ଶିବକୁମାର ଏବଂ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦର ସିଂ ହୁଡାଙ୍କୁ ପର୍ଯ୍ୟବେକ୍ଷକ କରିଥିଲେ। ଉଭୟ ନେତା ଶିମଲାରେ ବିରଭଦ୍ର ସିଂଙ୍କ ପତ୍ନୀ ପ୍ରତୀଭା ସିଂ ଏବଂ ତାଙ୍କ ପୁଅ ବିକ୍ରମାଦିତ୍ୟ ସିଂଙ୍କ ସହ କଥା ହୋଇଥିଲେ। ଏହା ପରେ ଗୁରୁବାର ସାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର, ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦର ହୁଡା ଏବଂ ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସୁଖୁ ସାମିଲ ଥିଲେ। ଶିବକୁମାର କହିଛନ୍ତି, ହରିୟାଣାରେ ସବୁକିଛି ଠିକ୍‌ ଅଛି। ସୁଖୁ ସରକାର ଆହୁରି ୫ ବର୍ଷ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏନ୍‌ଆର୍‌ସି ନମ୍ବର ନ ଦେଲେ ତିଆରି ହେବନି ଆଧାରକାର୍ଡ, ଏହିଦିନଠାରୁ ହେବ ଲାଗୁ…

ଦିଶପୁର,୮ା୯: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ, ତାଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆଧାରକାର୍ଡ...

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri