ଫେବୃଆରୀରେ ୧,୬୮,୩୩୭ ଲକ୍ଷ କୋଟି ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୩ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଏକାଦଶ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ଫେବୃଆରୀ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧,୬୮,୩୩୭ ଲକ୍ଷ କୋଟି ଟଙ୍କା ଟିକସ ଆକାରରେ ରାଜସ୍ବ ଆଦାୟ କରାଯାଇଛି। ବିଶେଷକରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ୧୨.୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ଫେବୃଆରୀ ମାସରେ ସଂଗୃହୀତ ଟିକସ ପରିମାଣ ୧,୪୯, ୫୦୭ ଲକ୍ଷ କୋଟିଠାରୁ ୧୨.୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଅପରପକ୍ଷରେ କ୍ରମାଗତ ୨୪ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୧୫ଥର ଲାଗି ୧.୫ ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୯ମ ଥର ଲାଗି ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ମନ୍ତ୍ରଣାଳୟ ଓ୍ବେବ୍‌ସାଇଟରୁ ଜଣାପଡ଼ିଛି।
ଉଲ୍ଲେଖଯୋଗ୍ୟ, ୨୦୨୪ ଫେବୃଆରୀରେ ମୋଟ ଜିଏସ୍‌ଟି ରାଜସ୍ବ ୧,୬୮,୩୩୭ ଲକ୍ଷ କୋଟି ସଂଗ୍ରହ ହୋଇଥିବାବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୧,୭୮୫ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୯,୬୧୫ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୪,୦୯୮ କୋଟି (ସାମଗ୍ରୀ ଆମଦାନୀରେ ୩୮,୫୯୩ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୮୯୩ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୯୮୪ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୪୧,୮୫୬ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୫,୯୫୩ କୋଟି ଟଙ୍କା ପରିଶୋଧ କରିଛନ୍ତି। ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ଏକାଦଶ ମାସରେ ପ୍ରାୟ ୫୧୩୬ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୫୧୯ କୋଟି ଟଙ୍କାରୁ ଅଧିକ ରହିଥିଲା, ଯାହା ଚଳିତ ଆର୍ଥକ ବର୍ଷର ଫେବୃଆରୀ ଅବଧିରେ ୧୪% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri