Posted inରାଜ୍ୟ

ଏଲ୍‌‌ ନିନୋ ଦୁର୍ବଳ ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା: ପାଣିପାଗ ବିଭାଗର ଅନୁମାନ

ଭୁବନେଶ୍ୱର,୨।୩: ଚଳିତ ବର୍ଷ ଏଲ୍‌‌ ନିନୋ ଧୀରେ ଧୀରେ ଦୁର୍ବଳ ହେଉଥିବାରୁ ଚଳିତ ବର୍ଷ ମୌସୁମୀ ବର୍ଷା ସ୍ୱାଭାବିକ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । ହେଲେ ଗ୍ରୀଷ୍ମ ପ୍ରବାହର ପ୍ରକୋପ ଅଧିକ ରହିବାର ସମ୍ଭାବନା ଅଛି ପୂର୍ବାନୁମାନ କରାଯାଇଛି। ଚଳିତମାସରୁ ମଇମାସ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନର ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ । ଅପ୍ରେଲ୍‌‌ ମାସରେ ଟାଣଖରା ଏବଂ ତାତି ଅଧିକ ହେବ ବୋଲି ଅନୁମାନ କରାଯାଇଛି ।

ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଅନୁଗୁଳ, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ମାଲକାନାଗିରି ଏବଂ କୋରାପୁଟ ଜିଲାରେ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ ଲାଇନ୍‌‌ ଜାରି କରାଯାଇଛି । ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଛାତ୍ରଛାତ୍ରୀମାନଙ୍କ ପାଇଁ କର୍ତ୍ତୃପକ୍ଷ ପିଇବା ପାଣି, ଆବଶ୍ୟକସ୍ଥଳେ ଓଆର୍‌‌ଏସ୍‌‌ ବ୍ୟବସ୍ଥା କରିବା ପାଇଁ କୁହାଯାଇଛି ।

ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଏବଂ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବା ସହିତ ଅଂଶୁଘାତଜନିତ ମୃତ୍ୟୁ ନ ଘଟିବା ପାଇଁ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହ ମୁକାବିଲାରେ ପ୍ରମୁଖ ଭୂମିକା ନିର୍ବାହ କରୁଥିବା ସ୍ୱାସ୍ଥ୍ୟ, ପାନୀୟ ଜଳ, ପ୍ରାଣୀ ସମ୍ପଦ ଆଦି ସମ୍ପୃକ୍ତ ବିଭାଗ ଗୁଡ଼ିକୁ ପ୍ରସ୍ତୁତ ଓ ସଜାଗ ରହିବା ପାଇଁ ଜିଲ୍ଲାପାଳମାନଙ୍କ ବୈଠକରେ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri