Posted inଜାତୀୟ

ବାରାଣସୀରୁ ନିର୍ବାଚନ ଲଢ଼ିବେ ମୋଦି

ନୂଆଦିଲ୍ଲୀ,୨ା୩: ଭାରତୀୟ ଜନତା ପାର୍ଟି (ଭାଜପା) ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ଶନିବାର ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ଘୋଷଣା କରାଯାଇଛି। ସେ ଉତ୍ତରପ୍ରଦେଶର ବାରାଣସୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଦଳ ଘୋଷଣା କରିଛି। ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଆୟୋଜିତ ପ୍ରେସ୍‌ମିଟ୍‌ରେ ଆଜି ଏହି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି।

ପ୍ରଥମ ପର୍ଯ୍ୟାୟରେ ୧୬ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ୧୯୫ଟି ଆସନ ପାଇଁ ଭାଜପା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।

ଉତ୍ତରପ୍ରଦେଶରୁ ସର୍ବାଧିକ ୫୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଝାଡ଼ଖଣ୍ଡ ଏବଂ ଛତିଶଗଡ଼ରୁ ୧୧ ଜଣ ଲେଖାଏ, ଗୁଜରାଟ ଏବଂ ରାଜସ୍ଥାନରୁ ୧୫ ଜଣ ଲେଖାଏ, ପଶ୍ଚିମବଙ୍ଗରୁ ୨୦, ମଧ୍ୟପ୍ରଦେଶରୁ ୨୪, କେରଳରୁ ୧୨, ଆସାମରୁ ୧୧,ତେଲଙ୍ଗାନାରୁ ୯, ଦିଲ୍ଲୀରୁ ୫ ଜଣ, ଉତ୍ତରାଖଣ୍ଡରୁ ୩, ଜମ୍ମୁ-କଶ୍ମୀର ଏବଂ ଅରୁଣାଚଳ ପ୍ରଦେଶରୁ ଦୁଇଜଣ ଲେଖାଏ, ଗୋଆ-ତ୍ରିପୁରା, ଆଣ୍ଡାମାନ-ନିକୋବର ଏବଂ ଡାମନ-ଡିଉରୁ ଜଣେ ଲେଖାଏ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି।

ବାରାଣସୀରୁ ପ୍ରଧାନମନ୍ତ୍ରୀ ମୋଦି, ଗୁଜରାଟରୁ ଅମିତ ଶାହା, ମଥୁରାରୁ ହେମାଳିନୀ, ଅଲଓ୍ବାରରୁ ଭୂପେନ୍ଦ୍ର ଯାଦବ, ଆମେଠିରୁ ସ୍ମୃତି ଇରାନୀ, ଲକ୍ଷ୍ନୌରୁ ରାଜନାଥ ସିଂ, ନୋଏଡାରୁ ମହେଶ ଶର୍ମା, ଆଗ୍ରାରୁ ଏସ୍‌ପି ବାଘେଲ, ମୁଜାଫରନଗରରୁ ସଞ୍ଜୀବ ବଳିୟାନ, ଚାନ୍ଦିନୀଚୌକ୍‌ରୁ ପ୍ରବୀଣ ଖଣ୍ଡେଲଓ୍ବାଲ, ଦକ୍ଷିଣ ଦିଲ୍ଲୀରୁ ରାମବୀର ବିଧୁରୀ, ପଶ୍ଚିମ ଦିଲ୍ଲୀର ପ୍ରଭେଶ ବର୍ମା, ଉତ୍ତର ପଶ୍ଚିମ ଦିଲ୍ଲୀର ଦୁଶ୍ୟନ୍ତ ଗୌତମ ଏବଂ ଉତ୍ତର ପୂର୍ବ ଦିଲ୍ଲୀରୁ ମନୋଜ ତିଓ୍ବାରୀଙ୍କ ନାମ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri