ନିର୍ବାଚନ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି: ରାଜଧାନୀରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗମାର୍ଚ୍ଚ

ଭୁବନେଶ୍ୱର,୩।୩ (ସୂର୍ଯ୍ୟକାନ୍ତ ବେହେରା): ଆଗକୁ ସାଧାରଣ ନିର୍ବାଚନ ହେବାକୁ ଯାଉଛି । ଏନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ନିର୍ବାଚନ ହାୱା ଚାରି ଆଡେ ଦେଖିବାକୁ ମିଳିଲାଣି । ତେବେ ଏହା ପୂର୍ବରୁ କଡା ସୁରକ୍ଷା ପାଇଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି। ଓଡିଶାର ବିଭିନ୍ନ ସ୍ଥାନରେ ପହଞ୍ଚି ସାରିଲେଣି କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ଫୋର୍ସ (ସିଆରପିଏଫ)। ପୂର୍ବରୁ ରାଜ୍ୟର କଟକ,ପୁରୀ,ରାଉରକେଲା,କେନ୍ଦ୍ରାପଡା,ଯାଜପୁର ଭଳି ୮ ଟି ଜିଲାରେ ୮ ଟି କମ୍ପାନୀ ମୁତୟନ ହୋଇସାରିଥିବା ବେଳେ ଭୁବନେଶ୍ୱରରେ ଆଉ ଏକ କମ୍ପାନୀ ଫୋର୍ସ ଆସି ପହଞ୍ଚିଛନ୍ତି। ଏହାସହ ନିର୍ବାଚନ ପାଇଁ ରବିବାର ରାଜଧାନୀ ଭୁବନେଶ୍ୱରରେ ଉକ୍ତ କେନ୍ଦ୍ରୀୟ ଫୋର୍ସ ପକ୍ଷରୁ ରାଜମହଲା ଛକରୁ ଶିଶୁଭବନ ଏବଂ କିଛି ବସ୍ତିରେ ଫ୍ଲାଗମାର୍ଚ୍ଚ କରାଯାଇଥିଲା । ଏଥିରେ ଖାରବେଳନଗର,କ୍ୟାପିଟାଲ ଓ ଏୟାରପୋର୍ଟ ଥାନା ପୋଲିସ ମଧ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ । ଅପରାଧୀ ଓ ଅପରାଧିକ କାର୍ଯ୍ୟକଳାପକୁ ଚେକ ଦେବାକୁ ଫ୍ଲାଗମାର୍ଚ୍ଚ କରିଛି କେନ୍ଦ୍ରୀୟ ଫୋର୍ସ।
ସୂଚନା ଅନୁସାରେ ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ମୁତୟନ ହେବେ ୩ ଲକ୍ଷ ୪୦ ହଜାର (ସିଆରପିଏଫ) ଯବାନ । ସମ୍ବେଦନଶୀଳ ଓ ଅତି ସମ୍ବେଦନଶୀଳ ସ୍ଥାନରେ ୨ ହଜାର କମ୍ପାନୀ ବା ୨ ଲକ୍ଷ ଯବାନ ମୁତୟନ ହେବେ। ନକ୍ସଲ ହିଂସା ପ୍ରଭାବିତ ରାଜ୍ୟ ସମେତ ପଶ୍ଚିମବଙ୍ଗ ଓ ଜାମ୍ମୁ-କାଶ୍ମୀରରେ ପ୍ରଥମ ପର୍ଯ୍ୟାୟରେ ଫୋର୍ସ ମୁତୟନ ହେବେ। ଅବାଧ ଓ ମୁକ୍ତ ନିର୍ବାଚନ ପାଇଁ ଅଧିକ ଫୋର୍ସ ମୁତୟନ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ନିର୍ବାଚନ କମିଶନଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri