ମୃତ ଝିଅକୁ ବଞ୍ଚାଇବା ପାଇଁ ଚେଙ୍କ ଦେଲେ ପରିବାର

ପାଟଣା,୧୩।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ଗାଁରେ ଝାଡ଼ାବାନ୍ତିରେ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ଭଉଣୀ ହେଲେ ଟଙ୍କଧର ମହାରଣାଙ୍କ ୪ ବର୍ଷର ଝିଅ ଇତିଶ୍ରୀ ଏବଂ ୨ ବର୍ଷର ଝିଅ ଲିପି ।

ମିଳିଥିବା ସୂଚନା ମୁତାବକ, ଉଭୟଙ୍କୁ ମଙ୍ଗଳବାର ଝାଡ଼ାବାନ୍ତି ହୋଇଥିଲା। ୨ଶିଶୁ ଅସୁସ୍ଥ ଅନୁଭବ କରି ପରବର୍ତ୍ତୀ ସମୟରେ ଗୁରୁତର ହୋଇପଡ଼ିଥିଲେ। ଫଳରେ ଦୁଇ ଭଉଣୀଙ୍କୁ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ନିଆଯାଇଥିଲା। ବଡ଼ଝିଅ ଇତିଶ୍ରୀଙ୍କ ବାଟରେ ମୃତ୍ୟୁ ଘଟିଥିବା ବେଳେ ସାନ ଝିଅ ଲିପିର କେନ୍ଦୁଝର ଜିଲା ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା।

ଅନ୍ୟପକ୍ଷେ ପରିବାର ଲୋକେ ସାନ ଝିଅର ମୃତଦେହ ଧରି ଘରକୁ ଆସିଥିଲେ। ପରେ ପରିବାର ଲୋକେ ଝିଅର ଜୀବନ ଫେରି ପାଇବା ନେଇ ମୃତଦେହରେ ଭାଲିଆ ଚେଙ୍କ ଦେଇଥିଲେ। ୨ ଶିଶୁଙ୍କ ଅକାଳ ମୃତ୍ୟୁ ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଖବର ପାଇ ଘଟଣାସ୍ଥଳରେ ପାଟଣା ଅତିରିକ୍ତ ତହସିଲଦାର ଶରଣ କୁମାର ଜେନା, ତୁରୁମୁଙ୍ଗା ଥାନାଧିକାରୀ ଧର୍ମେନ୍ଦ୍ର ଶାନ୍ତି ପହଞ୍ଚତ୍ ଘଟଣାର ତଦନ୍ତ କରୁଛନ୍ତି। ବିଷାକ୍ତ ଖାଦ୍ୟ ଖାଇ ଉଭୟ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri