ଝୁଲନ୍ତା ଅବସ୍ଥାରେ ଆମ୍ବଗଛରୁ ମିଳିଲା ନାବାଳକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାଲିଗୁଡ଼ା,୧୩ା୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଶ୍ରୀରାମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୧୨ ବର୍ଷର ନାବାଳକଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଝୁଲନ୍ତା ଅବସ୍ଥାରେ ନାବାଳକଙ୍କ ମୃତଦେହ ଗାଁ ନିକଟସ୍ଥ ଏକ ଆମ୍ବଗଛରୁ ଠାବ ହୋଇଛି।

ସୂଚନାନୁଯାୟୀ, ଶ୍ରୀରାମପୁର ପଞ୍ଚାୟତର ଓଡ଼ିଆ ସାହିର ଧ୍ବଜ ପ୍ରଧାନୀଙ୍କ ୧୨ ବର୍ଷର ନାବାଳକ ପୁଅ ଶୁଭମ୍‌ ମଙ୍ଗଳବାର ନିଖୋଜ ହୋଇଥିଲେ। ପରିବାର ଲୋକେ ବହୁତ ଖୋଜାଖୋଜି ପରେ ମଧ୍ୟ ପୁଅର ସନ୍ଧାନ ପାଇ ନ ଥିଲେ। ବୁଧବାର ସକାଳେ ଗାଁ ନିକଟସ୍ଥ ଏକ ଆମ୍ବଗଛରେ ଶୁଭମ୍‌ଙ୍କ ମୃତଦେହ ଝୁଲୁଥିବା ଅଞ୍ଚଳବାସୀ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚି ପୁଅର ଅବସ୍ଥା ଦେଖି କୋଟଗଡ଼ ଥାନା ପୋଲିସକୁ ଖବର ଦେବା ସହ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି ପରିବାର ଲୋକେ। ଖବରପାଇ କୋଟଗଡ଼ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ଅନ୍ୟପଟେ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛ। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଥାନାଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri