Posted inଜାତୀୟ

ଆଜମ ଖାନଙ୍କୁ ୭ ବର୍ଷ ଜେଲ୍‌, ୫ ଲକ୍ଷ ଟଙ୍କା ଜୋରିମନା

ଲକ୍ଷ୍ନୌ,୧୮।୩: ସମାଜବାଦୀ ପାର୍ଟି ନେତା ତଥା ଉତ୍ତରପ୍ରଦେଶର ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ ଖାନଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡୁଙ୍ଗରପୁର ମାମଲାରେ ରାମପୁରର ଏମ୍‌ପି-ବିଧାୟକ କୋର୍ଟ ତାଙ୍କୁ ସାତ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଧାରା ୪୨୭ ଅନୁଯାୟୀ ୭ ବର୍ଷ ଜେଲ ଏବଂ ୧ ଲକ୍ଷ ଜୋରିମନା ଏବଂ ଧାରା ୫୦୪, ୫୦୬, ୨ ବର୍ଷ ଜେଲ୍‌ ଏବଂ ୧ ଲକ୍ଷ ଜୋରିମନା ଲଗାଯାଇଛି।
ଏହା ବ୍ୟତୀତ, ରାମପୁର ସିଟିର ପୂର୍ବତନ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଆଲେ ହାସନ ଖାନ ଏବଂ ପୂର୍ବତନ ପୌରପାଳିକା ସଭାପତି ଅଜହର ଅହମ୍ମଦ ଖାନଙ୍କ ସହ ତିନି ଜଣଙ୍କୁ ଧାରା ୪୫୨ ଅନୁଯାୟୀ ୫ ବର୍ଷ କାରାଦଣ୍ଡ ଏବଂ ୨ ଲକ୍ଷ ଟଙ୍କା ଜୋରିମାନା ଏବଂ ଧାରା ୪୨୭, ୫୦୬, ୫୦୪ ଅନୁଯାୟୀ ଏକ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।
ଆଜମ ଖାନଙ୍କୁ ଦଣ୍ଡିତ କରାଯିବା ପରେ ଭାରତୀୟ ଜନତା ପାର୍ଟି ନେତା ତଥା ରାମପୁର ବିଧାୟକ ଆକାଶ ସକ୍ସେନା କହିଛନ୍ତି,ଏହା ଏକ ଗୁରୁତର ବିଷୟ। ଏହା ଡକାୟତି ମାମଲା ଥିଲା। କୋର୍ଟଙ୍କ ନିଷ୍ପତ୍ତି ଐତିହାସିକ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri