ଦୁଇ ବନ କର୍ମଚାରୀଙ୍କୁ ବାଜିଥିଲା ଗୁଳି : ଏସସିବି ସର୍ଜରୀ ବିଭାଗରେ ଭର୍ତ୍ତି

କଟକ,୧୯।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଗୁରୁତର ହୋଇ ଭର୍ତ୍ତି ହେଲେ ବାଲେଶ୍ୱର ଜିଲାର ଦୁଇ ବନ କର୍ମଚାରୀ । ସୋମବାର ବିଳମ୍ବିତ ରାତିରେ ପଞ୍ଚଲିଙ୍ଗେଶର ଅଭୟାରଣ୍ୟରେ ପାଟ୍ରୋଲିଂ କରିବା ସମୟରେ ଶିକାରୀ ଗୁଳି ଚଳାଇଥିଲେ । ଗୁଳି ଦୁଇ ବନ କର୍ମଚାରୀଙ୍କୁ ଗୋଡ଼ରେ ବାଜିଥିବାବେଳେ ପ୍ରଥମେ ତାଙ୍କୁ ବାଲେଶ୍ୱର ମୁଖ୍ୟଚିକିତ୍ସାଳୟ ପଠାଯାଇ ଚିକିତ୍ସା କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ଏସସିବି କାଜୁଆଲଟିରେ ଦୁଇ ବନ କର୍ମଚାରୀଙ୍କୁ ଭର୍ତ୍ତି କରାଯାଇ ପ୍ରାଥମକି ଚିକିତ୍ସା କରାଯିବା ପରେ ସର୍ଜରୀ ବିଭାଗକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ଜଣେ ବନ କର୍ମଚାରୀଙ୍କ ଗୋଡ଼ରୁ ଗୁଳି କଢ଼ା ଯାଇଥିବାବେଳେ ଅନ୍ୟଜଣଙ୍କ ଗୋଡ଼ରେ ଗୁଳି କଢ଼ାଯାଇ ନାହିଁ । ଚିକିତ୍ସା ନେଇ ସର୍ଜରୀ ଓ ଅର୍ଥପେଡିକ ବିଭାଗର ଡାକ୍ତର ନିୟୋଜିତ ରହିଥିବା ମେଡିକାଲ ପକ୍ଷରୁ ସୂଚନା ରହିଛି । ଏ ନେଇ ଏସସିବି ମେଡିକାଲ ପ୍ରଶାସନିକ ଅଧିକାରୀ ଡ଼. ଅବିନାଶ ରାଉତ ସୂଚନା ଦେଇ କହିଛନ୍ତି ଯେ, ଦୁଇ ବନ କର୍ମଚାରୀଙ୍କ ମଧ୍ୟରୁ ଜଣଙ୍କ ଗୋଡ଼ରେ ଗୁଳି କଢ଼ା ଯାଇ ନାହିଁ। ସମସ୍ତ ପରୀକ୍ଷା ନିରୀକ୍ଷା କରାଯାଇଛି । ଏହାସହ ସର୍ଜରୀ ବିଭାଗରେ ସପ୍ତମ ୟୁନିଟରେ ଡା. ସସ୍ମିତା ସେଠୀଙ୍କ ନେତୃତ୍ୱରେ ଭର୍ତ୍ତି କରାଯାଇ ଚିକିତ୍ସା ଜାରି ରହିଛି । ବିଭାଗୀୟ ମୁଖ୍ୟଙ୍କ ସହ ଆଲୋଚନା କରାଯାଇ ଗୁଳି କାଯିବ । ଦୁଇ ବନ କର୍ମଚାରୀଙ୍କୁ ସ୍ବାସ୍ଥ୍ୟବସ୍ଥାସ୍ଥିର ରହିଥିବା ରାଉତ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଅଞ୍ଚଳରେ ବଢୁଛି ଦେଶୀ-ବିଦେଶୀ ମଦ ବିକ୍ରି, ଅବକାରୀ ବିଭାଗର ନିଦ ଭାଙ୍ଗୁନି

ଦାରିଙ୍ଗବାଡ଼ି,୧୮ା୧୦(ଅରୁଣ ସାହୁ) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଅଞ୍ଚଳରେ ଚୋରା ଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ହୋଇଛି।...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

କନ୍ୟା ସନ୍ତାନକୁ ଜନ୍ମ ଦେଲେ ଦଶମ ଶ୍ରେଣୀ ଛାତ୍ରୀ: ଅଭିଯୁକ୍ତ ଥାନାରେ ଅଟକ

ଥୁଆମୂଳ ରାମପୁର,୧୭।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଦଶମ ଶ୍ରେଣୀ ଛାତ୍ରୀ ମା’...

ସ୍ତ୍ରୀ, ଶାଶୁଙ୍କୁ ହତ୍ୟା କରି ଫିଙ୍ଗିଥିଲେ: ଖପୁରି ହାଡ଼ ଟାଣି ଖାଉଥିଲା କୁକୁର

ବାସୁଦେବପୁର,୧୭।୧୦(ନାରାୟଣ ପ୍ରସାଦ ବାରିକ୍‌):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତର ପାଞ୍ଚଘେରିଆ ଗାଁରେ ଯୋର ନିକଟରୁ ଅଖା ବସ୍ତାରୁ ମଣିଷ ଖପୁରି ହାଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri