୯ ଜଣଙ୍କୁ ଗୁ୍‌ଡ୍‌ ସ୍ମାରିଟାନ୍‌ରେ ସମ୍ମାନିତ କଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୯ା୩(ସନ୍ତୋଷ ପାଢୀ/ଦିଲ୍ଲୀପ ସାମଲ ): ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲ ପଠାଇଥିବା ନେଇ ଭୂମିକା ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ପ୍ରଶାସନ ପକ୍ଷରୁ ଗୁଡ୍‌ ସ୍ମାରିଟାନ୍‌ ଭାବେ ସମ୍ମାନିତ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ୯ ଜଣ ବ୍ୟକ୍ତି ବିଶେଷଙ୍କୂୁ ଗୁଡ୍‌ ସ୍ମାରିଟାନ୍‌ ଭାବେ ମଙ୍ଗଳବାର ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ସମ୍ମାନିତ କରିଛନ୍ତି । ସେମାନେ ହେଲେ କୋଟିନଡା ଥାନା ଅଧିନ କେ.ଲଛମଣପଲ୍ଳୀ ଗାଁର ଟୁଲୁ ନାୟକ ଓ ଶଙ୍କର ନାହାକ, ଗାଙ୍ଗପୁର ଥାନା ଅଧିନ ଗୋବରା ଗାଁର ସଚିନ୍ଦାନନ୍ଦ ପାତ୍ର ଓ ଶିବ ଶଙ୍କର ଗୌଡ, ତାରିସିଂ ଥାନା ଅଧିନ ଭାଗୋଡା ଗାଁର ନାୟନୀ ମଲିକ ଓ କୁନ୍ତଳା ଜାନି, ବୁଗୁଡା ଥାନା ଅଧିନ ଆଦିପୁର ଗାଁର କେଶବ ସ୍ବାଇଁ , କୋଦଳା ଥାନା ଅଧିନ କଞ୍ଚଣା ଗାଁର ସନ୍ତୋଷ କୁମାର ଘୋଷ ଏବଂ କବିସୂର୍ଯ୍ୟନଗର ଥାନା ଅଧିନ ପଥରା ଗାଁର ଶ୍ରୀକାନ୍ତ ପାତ୍ର ରହିଛନ୍ତି। ସମ୍ମାନିତ ବ୍ୟକ୍ତିଙ୍କ ମଧ୍ୟରେ ୨ ଜଣ ମହିଳା ରହିଛନ୍ତି ା ଏମାନଙ୍କ ମଧ୍ୟରେ ନାୟନୀଙ୍କ ବୟସ ୫୦ ବର୍ଷ ହୋଇଥିବା ବେଳେ ଆଉ ଜଣେ କୁନ୍ତଳାଙ୍କ ବୟସ ୫୫ ବର୍ଷ ରହିଛି ା ଏଥିସହ ଗୁଡ୍‌ ସ୍ମାରିଟାନ୍‌ ରେ ସମ୍ମାନିତ ହୋଇଥିବା ସନ୍ତୋଷ ୩ ଥର ଦୁର୍ଘଟଣାରେ ଆହତଙ୍କୁ ହସ୍ପିଟାଲଙ୍କୁ ପଠାଇଥିଲେ। ଏନେଇ ଗଞ୍ଜାମ ଏସପି ସମସ୍ତଙ୍କୁ ପ୍ରଂଶସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ...

କେନ୍ଦୁଝରରେ ଗଡ଼ିଲା ‘ସୁଭଦ୍ରା’ ସଚେତନତା ରଥ, ମନ୍ତ୍ରୀ କହିଲେ…

କେନ୍ଦୁଝର,୭ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ‘ସୁଭଦ୍ରା’ ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ...

ସୁଭଦ୍ରା ଯୋଜନା ଫର୍ମ ବଣ୍ଟନରେ ଅବହେଳା: ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବନ୍ଦ

ବାଲେଶ୍ୱର, ୭।୯(ବାଞ୍ଛାନିଧି ଦେ)-ବାଲେଶ୍ୱର ଜିଲା ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ଆବେଦନ ଫର୍ମ ବଣ୍ଟନରେ ଅବହେଳା କରିଥିବା ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ...

ଆଜିଠୁ ବୁଲିଲା ସୁଭଦ୍ରା ରଥ: ଶୁଭାରମ୍ଭ କଲେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ

ଛତ୍ରପୁର,୭।୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ ):ସାରା ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ଆବେଦନ ଚାଲିଥିବା ବେଳେ ବିଭିନ୍ନ ସମସ୍ୟା ପରିଲକ୍ଷିତ ହୋଇଛିl ଏହାକୁ ନେଇ ରାଜ୍ୟ...

ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା...

ମହିଳା କର୍ମଚାରୀଙ୍କୁ ଜାତିଆଣ ଆକ୍ଷେପ କରି ଫାଇଲ୍‌ ଛଡ଼ାଇ ନେଲେ ସରପଞ୍ଚଙ୍କ ଦେଢ଼ଶୁର, ଆଉ ତା’ ପରେ…

ହାଟଡିହୀ,୭ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତ ସରପଞ୍ଚ ସସ୍ମିତା ଓଝା ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ)ଭାବେ ଉର୍ମିଳା ମୁର୍ମୁ ଦାୟିତ୍ୱ ତୁଲାଉଛନ୍ତି। ତେବେ...

ପୂଜା ପାଇବେ ବୁଢ଼ା, ଟୋକା, ପିଲା ଗଣେଶ

ଭଦ୍ରକ,୭ା୯(ସନାତନ ରାଉତ):ଶନିବାର ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା। ଭଦ୍ରକର ପ୍ରସିଦ୍ଧ ବୁଢ଼ା, ଟୋକା ଓ ପିଲା ଗଣେଶ ପୂଜାକୁ ନେଇ ସମସ୍ତଙ୍କ ମନରେ ବେଶ୍‌ ଉତ୍ସାହ। ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri