ସରିଲା ଯୁକ୍ତ୨ ପରୀକ୍ଷା: ଶୁକ୍ରବାରରୁ ମୂଲ୍ୟାୟନ

ଭୁବନେଶ୍ୱର, ୨୧।୩(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ବୁଧବାର ଶେଷ ହୋଇଛି। ପରୀକ୍ଷାରେ ମୋଟ ୬୪୯ ଛାତ୍ରୀଛାତ୍ର କପି କରି ଧରାପଡ଼ିଥିବା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାରଠାରୁ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ପ୍ରଥମ ପର୍ଯ୍ୟାୟରେ ୨୨ରୁ ଏପ୍ରିଲ ୨ ପର୍ଯ୍ୟନ୍ତ ପ୍ରାୟ ୬,୫୦୦ ଶିକ୍ଷକ ଖାତା ଦେଖିବାକୁ ନିୟୋଜିତ ହୋଇଛନ୍ତି। ସେହିପରି ଏପ୍ରିଲ ୪ରୁ ୧୫ ପର୍ଯ୍ୟନ୍ତ ପ୍ରାୟ ୪ହଜାର ଶିକ୍ଷକ ଖାତାଦେଖିବେ। ଚଳିତବର୍ଷ ମଧ୍ୟ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଖାତା ଅନ୍‌ଲାଇନରେ ଓ ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌ଲାଇନରେ ହେବ। ନିର୍ଦ୍ଧାରିତ ସମୟ ସୁଦ୍ଧା ମୂଲ୍ୟାୟନ ପ୍ରକ୍ରିୟା ସାରି ମେ’ ୧୫ ମଧ୍ୟରେ ଫଳ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଚଳିତବର୍ଷ ୩ଲକ୍ଷ ୮୬ହଜାର ୨୫୦ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ତେବେ ପଦାର୍ଥ ବିଜ୍ଞାନ ପରୀକ୍ଷା ପ୍ରଶ୍ନପ୍ରତ୍ରରେ ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିଥିବା ନେଇ ଛାତ୍ରୀଛାତ୍ରମାନେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଯାଞ୍ଚ କରି ଚଏସ୍‌ ଡେଫିସିଟ୍‌ ବା ବିକଳ୍ପ ଅଭାବ ଥିବା ପରିଷଦ ଜାଣିବାକୁ ପାଇଥିଲା। ଯେଉଁ ଛାତ୍ରୀଛାତ୍ର ସେହି ପ୍ରଶ୍ନକୁ ଲେଖିଥିବେ ବା ଲେଖିବାର ପ୍ରୟାସ କରିଥିବେ ସେମାନଙ୍କୁ ସର୍ବାଧିକ ୧୯ମାର୍କ ଗ୍ରେସ୍‌ ଦିଆଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ପ୍ରକାଶ କରିଛନ୍ତି। ହେଲେ ପ୍ରଶ୍ନପତ୍ର ସିଲାବସ୍‌ ବାହାରୁ ଆସିଥିବାରୁ ଅଯଥା ସମୟ ଅପଚୟ ନ କରିବା ପାଇଁ ବହୁ ପରୀକ୍ଷାର୍ଥୀ ଉତ୍ତର ଲେଖିନାହାନ୍ତି। ତେଣୁ ସମସ୍ତ ପରୀକ୍ଷାର୍ଥୀଙ୍କୁ ଗ୍ରେସ୍‌ ଦେବା ପାଇଁ ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକମାନେ ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri