Posted inଜାତୀୟ

ପୁଣି ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୩: ପୁଣିଥରେ ତାମିଲନାଡୁ ରାଜ୍ୟପାଳଙ୍କୁ କଡ଼ା ଭାଷାରେ ଭତ୍ସନା କରିଛନ୍ତି ସୁପ୍ରିମକୋର୍ଟ। ଡିଏମକେ ମନ୍ତ୍ରୀ ଦୋଷମୁକ୍ତ ହେବା ପରେ ମଧ୍ୟ ପୁଣିଥରେ ତାଙ୍କୁ ମନ୍ତ୍ରୀ କରିବାକୁ ମନା କରିବା ପରେ ସୁପ୍ରିମକୋର୍ଟ ଗୁରୁବାର ତାମିଲନାଡୁ ରାଜ୍ୟପାଳଙ୍କ ଉପରେ ବର୍ଷିଛନ୍ତି। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୂଡ଼ କଡ଼ା ଭାଷାରେ ଟିପ୍ପଣୀ କରି କେନ୍ଦ୍ର ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯଦି ରାଜ୍ୟପାଳ ସମ୍ବିଧାନ ପାଳନ କରୁ ନାହାନ୍ତି, ତେବେ ସରକାର କଣ କରୁଛନ୍ତି ?

ସୁପ୍ରିମକୋର୍ଟର ଏହି ଖଣ୍ଡପୀଠରେ ବିଚାରପତି ଜେ.ବି ପାରଦୀୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ର ମଧ୍ୟ ସାମିଲ ହୋଇଛନ୍ତି। ଡିଏମକେ ନେତା କେ ପଦ୍ମିନୀଙ୍କୁ ମନ୍ତ୍ରୀ ଭାବେ ନିଯୁକ୍ତି ଦେବା ପାଇଁ ଶୁକ୍ରବାର ପର୍ଯ୍ୟନ୍ତ ରାଜ୍ୟପାଳଙ୍କୁ ଗୋଟିଏ ଦିନ ସମୟ ଦିଆଯାଇଛି।

ଆର ପୋ ରବିଙ୍କୁ ରାଜ୍ୟ କ୍ୟାବିନେଟରେ ପୁଣିଥରେ ସାମିଲ କରିବାକୁ ମନା କରିବା ପରେ ଏମ.କେ ଷ୍ଟାଲିନ ସରକାର ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ଏହା ସାମ୍ବିଧାନର ନୈତିକତା ବିରୁଦ୍ଧରେ ହେବ ବୋଲି ରାଜ୍ୟପାଳଙ୍କ କାର୍ଯ୍ୟାନୁଷ୍ଠାନ ଉପରେ ତାମିଲନାଡୁ ସରକାର କହିଛନ୍ତି। ନିକଟରେ ଏକ ସମ୍ପତ୍ତି ମାମଲାରେ ନିର୍ଦ୍ଦୋଷରେ ଖଲାସ ହେବା ପରେ ମାଡ୍ରାସ ହାଇକୋର୍ଟ ପୋନମୁଦିଙ୍କୁ ଜଣେ ବିଧାୟକ ଭାବେ ଅଯୋଗ୍ୟ ଘୋଷଣା କରିଥିଲେ। ଏହା ପରେ ସୁପ୍ରିମକୋର୍ଟ ତାଙ୍କ ଦୋଷୀ ସାବ୍ୟସ୍ତ ଏବଂ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଉପରେ ରୋକ ଲଗାଇଥିଲେ। ଏହା ପରେ ତାମିଲନାଡୁ ସରକାର ପୋନମୁଦିଙ୍କୁ ମନ୍ତ୍ରୀ ଭାବେ ପୁନଃସ୍ଥାପିତ କରିବାକୁ ଦାବି କରିଥିଲେ, କିନ୍ତୁ ରାଜ୍ୟପାଳ କହିଛନ୍ତି ଯେ ତାଙ୍କ ଦଣ୍ଡ କେବଳ ସ୍ଥଗିତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri