କ୍ଷମତାକୁ ଆସିଲେ ୨୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ଦେବୁ: କଂଗ୍ରେସ

ଭୁବନେଶ୍ୱର,୨୨।୩(ସୁନିତ୍‌ ମିଶ୍ର):‘ସମସ୍ତଙ୍କ ପାଇଁ ସ୍ବାସ୍ଥ୍ୟ’ ଏଭଳି ଏକ ବାର୍ତ୍ତା ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି) ପକ୍ଷରୁ ନିର୍ବାଚନ ପୂର୍ବରୁ ଜାରି କରାଯାଇଥିବା ଇସ୍ତାହାର ମଧ୍ୟରେ ସ୍ବାସ୍ଥ୍ୟସେବା ସମ୍ପର୍କିତ ସହାୟତା ରାଶିକୁ ନେଇ ରାଜ୍ୟବାସୀଙ୍କ ପାଖରେ କଂଗ୍ରେସ ସଂକଳ୍ପବଦ୍ଧ ବୋଲି ଦଳର ମୁଖପାତ୍ର ପ୍ରଶାନ୍ତ ଶତପଥୀ କହିଛନ୍ତି। କଂଗ୍ରେସ ଭବନଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରଶାନ୍ତ କହିଛନ୍ତି, ସରକାରୀ କର୍ମଚାରୀଙ୍କ ସମେତ ସମସ୍ତ ରାଜ୍ୟବାସୀଙ୍କୁ ସରକାରୀ ଓ ବେସରକାରୀ ଚିକିତ୍ସାଳୟରେ ବାର୍ଷିକ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ପ୍ରଦାନ କରାଯିବ। ଦୁର୍ଘଟଣାରେ ଆଘାତପ୍ରାପ୍ତ ଯେକୌଣସି ବ୍ୟକ୍ତିଙ୍କ ଚିକିତ୍ସା ପାଇଁ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା ବ୍ୟବସ୍ଥା କରାଯିବ। ବରିଷ୍ଠ ନାଗରିକଙ୍କ ପାଇଁ ମାସକୁ ୨ ଥର ଭ୍ରାମ୍ୟମାଣ ପରୀକ୍ଷା ଜରିଆରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଏତଦ୍‌ ବ୍ୟତୀତ ପ୍ରତି ଜିଲାରେ ଗୋଟିଏ ମେଡିକାଲ କଲେଜ ଏବଂ ଅନ୍ତତଃ ପକ୍ଷେ ଗୋଟିଏ ନର୍ସିଂ କଲେଜ ପ୍ରତିଷ୍ଠା କରାଯିବ। ଓଡ଼ିଶାର ଦୁର୍ବଳ ସ୍ବାସ୍ଥ୍ୟ ବ୍ୟବସ୍ଥା ପାଇଁ ଅସଜଡ଼ା ଭିତ୍ତିଭୂମି ସମ୍ପୂର୍ଣ୍ଣ ଦାୟୀ। ସାଧାରଣ ଭାବେ ଜନସଂଖ୍ୟାର ୮ରୁ ୧୦% ଲୋକ ନିଜ ଆତ୍ମୀୟସ୍ବଜନଙ୍କ ଚିକିତ୍ସା ପାଇଁ ଡାକ୍ତରଖାନାରେ ଟଙ୍କା ଖର୍ଚ୍ଚକରି ଗରିବ ହୋଇଯାଆନ୍ତି। ଏ ଦେଶର ୬୭% ଲୋକ ନିଜ ଖର୍ଚ୍ଚରେ ସରକାରୀ କିମ୍ବା ବେସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହୁଅନ୍ତି। ରାଜ୍ୟରେ ନିରାମୟ ଯୋଜନାରେ ସରକାରୀ ଡାକ୍ତରଖାନାରେ ମାଗଣା ଔଷଧ ଦିଆଯିବାର ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଥିଲା ବେଳେ ସୁନେତ୍ର ଯୋଜନା ଏକ ପ୍ରହେଳିକା ପାଲଟିଛି। ବିଏସ୍‌କେୱାଇ କାର୍ଡର ସହାୟତା ରାଶିର ସୀମା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ଖର୍ଚ୍ଚ ଉପରାନ୍ତେ ଯଦି ପରିବାରର କୌଣସି ମହିଳା ହୋଇଥାନ୍ତି ଆଉ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। କଂଗ୍ରେସର ୨୫ ଲକ୍ଷ ଟଙ୍କାର ଗ୍ୟାରେଣ୍ଟି ସହ ପ୍ରତ୍ୟେକ ପରିବାରର ସମସ୍ତ ସଦସ୍ୟଙ୍କୁ ବାର୍ଷିକ ମାଗଣା ଚିକିତ୍ସା ସରକାରୀ ଓ ବେସରକାରୀ ଡାକ୍ତରଖାନାରେ ପ୍ରଦାନ କରାଯିବ ବୋଲି ପ୍ରଶାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri