Posted inଜାତୀୟ

‘ଏଜେନ୍ସିର ଦୁରୁପଯୋଗ କରୁଛି ଭାଜପା’

ନୂଆଦିଲ୍ଲୀ,୨୩ା୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିବାର ଦିନକ ପରେ ବିରୋଧୀ ବ୍ଲକ୍‌ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ନେତାମାନେ ନିର୍ବାଚନ କମିଶନ (ଇସି)ଙ୍କ ନିକଟରେ ଫେରାଦ ହୋଇଛନ୍ତି। କେନ୍ଦ୍ରରେ କ୍ଷମତାସୀନ ଭାଜପା ବିରୋଧୀ ଦଳଗୁଡ଼ିକର ମୁହଁ ବନ୍ଦ କରିବା ପାଇଁ ଇଡି ଭଳି କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସିଗୁଡ଼ିକର ଦୁରୁପଯୋଗ କରୁଛି ବୋଲି ସେମାନେ ଅଭିଯୋଗ କରିଛନ୍ତି। ଇଣ୍ଡିଆ ନେତାମାନେ ଏହି ମର୍ମରେ ଇସିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ନିକଟରେ ବିରୋଧୀ ଦଳଗୁଡ଼ିକର ନେତାମାନଙ୍କୁ ଟାର୍ଗେଟ କରିବା ଲାଗି ଭାଜପା କିପରି କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଅପବ୍ୟବହାର କରିଛି, ତା’ର  ଏକ ତାଲିକା ମଧ୍ୟ ଇସିଙ୍କୁ ଦିଆଯାଇଛି। ନିର୍ବାଚନରେ ନିରପେକ୍ଷତା ସୁନିଶ୍ଚିତ କରିବା ପାଇଁ ଇଡି ସମେତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଏବଂ ଆୟକର (ଆଇଟି) ବିଭାଗର ମୁଖ୍ୟମାନଙ୍କୁ ବଦଳାଇବାକୁ ‘ଇଣ୍ଡିଆ’ ନେତାମାନେ ଦାବି କରିଛନ୍ତି।
ଇସିଙ୍କୁ ସାକ୍ଷାତ ପରେ କଂଗ୍ରେସ ନେତା ଅଭିଷେକମନୁ ସିଂଘଭୀ ଗଣମାଧ୍ୟମକୁ କହିଛନ୍ତି, ଏହା ଏକ ସାଧାରଣ ଅଭିଯୋଗ ନୁହେଁ। ଭାରତୀୟ ସମ୍ବିଧାନର ମୌଳିକ ଢାଞ୍ଚାକୁ ପ୍ରଭାବିତ କରି ନୂ୍ୟନ ଓ ଧ୍ୱସ୍ତ କରିଦେବା ଭଳି ଏହା ଏକ ବୃହତ୍‌ ପ୍ରସଙ୍ଗ। ମୁକ୍ତ ଓ ନିରପେକ୍ଷ ନିର୍ବାଚନ ହେଉଛି ଗଣତନ୍ତ୍ରର ହୃଦୟ ତଥା ଆମତ୍ା। ସୁପ୍ରିମକୋର୍ଟ ମଧ୍ୟ ଲଗାତର ଏହି ବିଷୟ କହିଆସିଛନ୍ତି। ଏହାସତ୍ତ୍ୱେ ୨୦ ବର୍ଷ ପୁରୁଣା ମାମଲାଗୁଡ଼ିକୁ ମଧ୍ୟ ଉଜ୍ଜୀବିତ କରି ବିରୋଧୀଙ୍କୁ ଟାର୍ଗେଟ କରାଯାଉଛି। ଭାରତର ୭୫ ବର୍ଷ ଇତିହାସରେ କେବେ ଜଣେ କାର୍ଯ୍ୟରତ ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା। କିନ୍ତୁ ଶାସକ ଦଳର କୌଣସି ଜଣେ ହେଲେ ବ୍ୟକ୍ତିଙ୍କୁ ଗିରଫ କରାଯାଉ ନାହିଁ ବୋଲି ଇସିଙ୍କୁ ବିରୋଧୀ ନେତାମାନେ ଅବଗତ କରାଇଛନ୍ତି। ଅନ୍ତତଃ ନିର୍ବାଚନ ଆଚରଣ ବିଧି ଲାଗୁ ହେବା ସମୟରେ ଇଡି, ସିବିଆଇ ଏବଂ ଆଇଟି ବିଭାଗ ମୁଖ୍ୟଙ୍କୁ ବଦଳି କରିବା ଜରୁରୀ ବୋଲି ସେମାନେ ଇସିଙ୍କୁ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri