Posted inଜାତୀୟ

ମନମୋହନ ସିଂହଙ୍କ ବଡ଼ ଘୋଷଣା, ମଲ୍ଲିକାର୍ଜୁନ ଲେଖିଲେ ଭାବବିହ୍ବଳ ଚିଠି

ନୂଆଦିଲ୍ଲୀ,୪।୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ମଙ୍ଗଳବାର ରାଜ୍ୟ ସଭାରୁ ଅବସର ନେଇଛନ୍ତି। ଏହି ଅବସରରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମନମୋହନଙ୍କୁ ଏକ ଚିଠି ଲେଖିଛନ୍ତି। ସେ କହିଛନ୍ତି, ‘ବର୍ତ୍ତମାନ ଆପଣ ଆଉ ରାଜ୍ୟ ସଭାରେ ରହିବେ ନାହିଁ। ଏଥିସହ ସକ୍ରିୟ ରାଜନୀତିରୁ ଅବସର ନେଉଛନ୍ତି। ତଥାପି ଦେଶବାସୀଙ୍କ ପାଇଁ ସ୍ବର ଉତ୍ତୋଳନ ଜାରି ରଖିବେ’।

ମନମୋହନ ଅବସର ନେବାକୁ ଯାଉଥିବାବେଳେ ନଅ ଜଣ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ରାଜ୍ୟ ସଭାର ୫୪ ଜଣ ସଦସ୍ୟ ମଙ୍ଗଳବାର ଓ ବୁଧବାର କାର୍ଯ୍ୟକାଳ ଶେଷ ହେଉଛି। ପୂର୍ବତନ ପ୍ରଧାନମନ୍ତ୍ରୀ ବୁଧବାର (ଏପ୍ରିଲ ୩) ରେ ରାଜ୍ୟ ସଭାରେ ତାଙ୍କର ୩୩ ବର୍ଷ ଧରି ଚାଲିଥିବା ସଂସଦୀୟ ଇନିଂସ ଶେଷ କରିବେ। ସେହିପରି ଦଳର ମୁଖ୍ୟ ସୋନିଆ ଗାନ୍ଧୀ ପ୍ରଥମ ଥର ପାଇଁ ରାଜ୍ୟ ସଭାରେ ପ୍ରବେଶ କରିବେ।

ଅର୍ଥନୀତିରେ ଅନେକ ସଂସ୍କାର ଆଣିବା ପାଇଁ ଜଣାଶୁଣା ମନମୋହନ ସିଂହ, ଅକ୍ଟୋବର ୧୯୯୧ରେ ପ୍ରଥମ ଥର ପାଇଁ ଗୃହର ସଦସ୍ୟ ହୋଇଥିଲେ। ସେ ୧୯୯୧ରୁ ୧୯୯୬ ପର୍ଯ୍ୟନ୍ତ ନରସିଂହ ରାଓ ସରକାରରେ ଅର୍ଥମନ୍ତ୍ରୀ ଏବଂ ୨୦୦୪ରୁ ୨୦୧୪ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଥିଲେ। ୯୧ ବର୍ଷିୟ ମନମୋହନ ସିଂହ ଏପ୍ରିଲ ୩ରେ ନିଜର କାର୍ଯ୍ୟକାଳ ଶେଷ କରିବାକୁ ଯାଉଛନ୍ତି।ଏହାପରେ ତାଙ୍କର ଖାଲି ପଡିଥିବା ରାଜ୍ୟ ସଭା ସିଟ୍‌କୁ ସୋନିଆ ପୂରଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri