ପୋଲିସ ଗୁଳିରେ ଟଳିଲେ ୯ରୁ ଊର୍ଦ୍ଧ୍ୱ ମାଓବାଦୀ

ମାଲକାନଗିରି,୨ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡରେ ପୋଲିସ ଗୁଳିରେ ମଙ୍ଗଳବାର ୯ରୁ ଊର୍ଦ୍ଧ୍ୱ ମାଓବାଦୀ ନିହତ ହୋଇଥିବା ବେଳେ ବହୁ ସଂଖ୍ୟାରେ ମାଓବାଦୀ ଆହତ ହୋଇଥିବା ଜଣାପଡିଛି । ତଲାସୀ ସମୟରେ ଅତ୍ୟାଧୁନିକ ବନ୍ଧୁକ ଓ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି ।

ସୂଚନା ଅନୁଯାୟୀ, ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲା ଲେଣ୍ଡରା ଓ କରଚୋଲି ଜଙ୍ଗଲରେ ମଙ୍ଗଳବାର ପୋଲିସ, ଡିଆର୍‌ଜ ଓ କୋବ୍ରା ବାହିନୀ ପକ୍ଷରୁ ମିଳିତ ତଲାସି ଅଭିଯାନ ଜାରି ରହିଥିଲା। ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ଯବାନଙ୍କୁ ଦେଖି ସେମାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଯାହାର ପାଲଟା ଜବାବ ଦେଇଥିଲେ ଯବାନମାନେ। ଦୀର୍ଘ ସମୟଧରି ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ବେଳେ ମାଓବାଦୀମାନେ ଯବାନଙ୍କୁ ସାମ୍ନା କରି ନ ପାରି ଛତ୍ରଭଙ୍ଗ ଦେଇ ଜଙ୍ଗଲ ମଧ୍ୟକୁ ପଳାଇ ଯାଇଥିଲେ। ପରେ ଅଞ୍ଚଳରେ ଯବାନମାନେ ତଲାସି ଅଭିଯାନ ବେଳେ ୯ରୁ ଊର୍ଦ୍ଧ୍ୱ ମାଓବାଦୀଙ୍କ ମୃତଦେହ ସହ ଅନେକ ଅତ୍ୟାଧୁନିକ ବନ୍ଧୁକ, ବିସ୍ଫୋରକ ଓ ମାଓବାଦୀ ସାମଗ୍ରୀ ଜବତ କରିଥିଲେ। ମୃତକଙ୍କ ସଂଖ୍ୟା ଅଧିକ ବଢିପାରେ ବୋଲି ଅନୁମାନ କରାଯାଉଛି।

ଏନେଇ ବସ୍ତର ଆଇଜି ସୁନ୍ଦରରାଜ ପି. ପ୍ରକାଶ କହିିଛନ୍ତି, ଏହି ଅପରେଶନ୍‌ ସମୟରେ ମାଓବାଦୀମାନେ ପ୍ରଥମେ ଗୁଳି ଚଳାଇଥିଲେ। ଯବାନମାନେ ଏହାର ଜବାବ ଦେଇଥିଲେ। ଯବାନମାନେ କୋମ୍ବିଂରୁ ଫେରିବା ପରେ ମାଓବାଦୀଙ୍କ ପରିଚୟ ଓ ମୃତକଙ୍କ ସଂଖ୍ୟା ସ୍ପଷ୍ଟ ହେବ ବୋଲି ସେ କହିିଛନ୍ତି।

ସୂଚନାଯୋଗ୍ୟ, ମାର୍ଚ୍ଚ ୨୭ ତାରିଖରେ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ସହ ଗୁଳି ବିନିମୟ ବେଳେ ୨ ମହିଳାଙ୍କ ସମେତ ୬ ମାଓବାଦୀଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରେ ମାଓବାଦୀ ସଙ୍ଗଠନର ଡେପୁଟି କମାଣ୍ଡର ନାଗେଶ, ତାଙ୍କ ସ୍ତ୍ରୀ ଏବଂ ଅନ୍ୟ ଜଣେ ମହିଳା ମାଓବାଦୀ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

ଅକ୍ଟୋବର ୨୧, ୨୮ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: କରିବାକୁ ହେବ ଆଗୁଆ ପଞ୍ଜୀକରଣ

ଭୁବେନେଶ୍ୱର,୧୭।୧୦: ଅକ୍ଟୋବର ୨୧ ଏବଂ ୨୮ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ୧୮ତାରିଖ ପୂର୍ବାହ୍ନ ୧୧ରୁ ଆଗୁଆ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri